ଭୁବନେଶ୍ୱର: ସରିଲା ଗ୍ରୀଷ୍ମ ଛୁଟି, ଆଜିଠୁ ରାଜ୍ୟରେ ଖୋଲିବ ସ୍କୁଲ । ଗଣଶିକ୍ଷା ବିଭାଗ ଅଧୀନ ରାଜ୍ୟର ସମସ୍ତ ବିଦ୍ୟାଳୟ ଓ ହଷ୍ଟେଲ ଆଜିଠାରୁ ଖୋଲିବାକୁ ଯାଉଛି । ତେବେ ଝାଡ଼ାବାନ୍ତି ବ୍ୟାପିଥିବାରୁ ଯାଜପୁର, ଭଦ୍ରକ ପରି ଜିଲ୍ଲାରେ ସ୍କୁଲ ଖୋଲିବା ତାରିଖ କୁ ଘୁଞ୍ଚାଇ ଦିଆଯାଇଛି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୁବନେଶ୍ବର ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ବର ଓ କଟକ ସହରରେ ଥିବା ସରକାରୀ , ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ଗୁଡ଼ିକ ଗୋଟିଏ ଦିନ ପାଇଁ ଛୁଟି ଘୋଷଣା ହୋଇଛି । ୨୧ ତାରିଖ ଏହି ଦୁଇ ସହରର ବିଦ୍ୟାଳୟ ଖୋଲିବ ।










