16.1 C
Bhubaneswar
Sunday, December 7, 2025
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ନୀରବ ଆଉ ହସ କୁ ସବୁବେଳେ ସାଙ୍ଗରେ ରଖିବ । ନୀରବ ତୁମର ରକ୍ଷା କବଚ ଆଉ ହସ ତୁମର ଖୁସିର ସ୍ବାଗତ ଦ୍ବାର ଅଟେ ।

କନ୍ୟା ସନ୍ତାନଟି ହେଉଛି ପ୍ରଦୀପ ଭଳି, ଯେଉଁ ଘରକୁ ଆସେ ସେ ଘର ଆଲୋକିତ ହୋଇଯାଏ ।

ହସ
ଦୁଃଖ ଭୁଲେଇବା ପାଇଁ
ଯଥେଷ୍ଟ ।

ସ୍ବାର୍ଥପର
ଏ ଦୁନିଆରେ କେହି କାହାର ନିଜର ନୁହେଁ ।

ଭୋଜନର Value ଯେପରି ଭୋକ ସମୟ ରେ ଜଣା ପଡିଥାଏ –
ଠିକ୍ ସେହିପରି ଭଗବାନଙ୍କ Value ଦୁଃଖ ସମୟରେ ଜଣା ପଡିଥାଏ
ହୃଦୟକୁ ବୁଝିପାରୁଥିବା କ୍ଷମତା ସମସ୍ତଙ୍କ ପାଖରେ ନଥାଏ….

ମନକଥା ଯଦି ସମସ୍ତେ ବୁଝିପାରନ୍ତେ ତା ହେଲେ ଏ ସଂସାରରେ ଦୁଃଖ ବୋଲି ଆଉ କିଛି ନଥାନ୍ତା….

ଅଦ୍ୟ ଜୁନ ମାସ ୨୧ ତାରିଖ ୨୦୨୫ ମସିହା (ଶନିବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଆଷାଢ଼ମାସ- କୃଷ୍ଣପକ୍ଷ
ତିଥି- ଦଶମୀ ଦିବା ଘ୦୭/୨୩ ଗତେ ଏକାଦଶୀ
ନକ୍ଷତ୍ର-ଅଶ୍ୱିନୀ ରାତ୍ରି ଘ୦୮/୩୦ ଗତେ ଦ୍ଵିଜା
ଚନ୍ଦ୍ର- ମେଷ
ଯୋଗ- ଅତିଗଣ୍ଡ
କରଣ – ବିଷ୍ଟି
ସୌରମାସ- ମିଥୁନ ୦୭ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୪୭
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୩୫
*✧═════•❁❀
ଯୋଗିନୀ ଉତ୍ତରେ ଦିବା ଘ୦୭/୨୩ ଗତେ ଅଗ୍ନି କୋଣେ
ମେଷ ରାଶିର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ରାଶିର ଘାତବାର
ଏକାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା -ଦିବା ଘ୦୬/୫୦ ମଧ୍ୟେ ଓ ଦିବା ଘ୦୪/୪୫ ଗତେ ଘ୦୬/୨୫ ମଧ୍ୟେ
ବାରବେଳା- ଦିବା ଘ୦୧/୨୮ ଗତେ ଘ୦୩/୦୮ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ରାତ୍ରି ଘ୦୭/୦୭ ଗତେ ଘ୦୭/୫୧ ମଧ୍ୟେ ଓ ରାତ୍ରି ଘ୧୨/୦୦ ଗତେ ଘ୦୨/୨୭ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୯/୨୧ ଗତେ ଘ୧୧/୫୨ ମଧ୍ୟେ
═✧══•❁❀❁•═════✧
ଅଦ୍ୟ ଶିମ୍ବ ଭକ୍ଷଣ ନିଷେଧ

*✧═════•❁❀❁•═════
ଆଜି ର ରାଶି ଫଳ ✧═════•❁❀❁•═════
ମେଷ
ଆଜି ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାବବେ ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣି ଅଶାନ୍ତି ଅନୁଭବ କରିବେ।*
✧═════•❁❀❁•═════

ବୃଷ
ଆଜି ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ।କର୍ମକ୍ଷେତ୍ରରେ ଆପଣଙ୍କୁ ଅର୍ଥଲାଭ ସହ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ ହେବ। ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି କୌଣସି ବନ୍ଧୁ ଅଥବା ପାଖ ପଡୋଶୀମାନେ ସହଯୋଗର ହାତ ବଢାଇପାରନ୍ତି।*

✧═════•❁❀❁•═════
ମିଥୁନ
ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଅପ୍ରିୟସତ୍ୟ କହି ତିକ୍ତତା ସୃଷ୍ଟି କରିପାରନ୍ତି। ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ । ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।*
✧═════•❁❀❁•═════
କର୍କଟ
ଆଜି ମାନସିକ ଅସ୍ତିରତା ଓ ବ୍ୟସ୍ତତା ମଧ୍ୟରେ ସମୟ ଅତିବାହିତ ହୋଇପାରେ । ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆନନ୍ଦିତ ହୋଇପାରନ୍ତି। ମାଲିମକଦ୍ଦମା ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଉପୁଜିପାରେ। ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।*

✧═════•❁❀❁•═════
ସିଂହ
ବିଭିନ୍ନ ପ୍ରକାରର ଯୋଜନା କରିବା ସକାଶେ ଚିନ୍ତାକଲେ ମଧ୍ୟ ପ୍ରତିକୂଳ ପାରିପାର୍ଶ୍ୱିକ ସ୍ଥିତି ତାହା କରାଇଦେଇ ନ ପାରେ। ପୂର୍ବରୁ ରହିଥିବା ଋଣ ଭାରରେ ଅତିଷ୍ଠ ହେବେ ମାତ୍ର ପରିଶୋଧ କରିବାର ରାସ୍ତା ଖୋଜି ପାଇ ପାରିବେ ନାହିଁ। ସମସ୍ୟା ସରଳ ସମାଧାନ କରିବାରେ ସଫଳ ହେବେ।

✧═════•❁❀❁•═════
କନ୍ୟା
ଆଜି ଦିନଟିରେ ଯାହା କିଛି ପାଇବାର ଆଶା କରିବେ ତାହା ପୂରଣ ହୋଇପାରିବ। ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟିର କଥା ମନକୁ ବାଧିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ।ଆଜି ଭ୍ରାତୃବିବାଦ କିମ୍ବା ଜମିଜମା ବିବାଦ ଦେଖାଦେଇପାରେ।*
✧═════•❁❀❁•═════

ତୁଳା
ସାମାନ୍ୟ ପ୍ରତିବନ୍ଧକ ମଧ୍ୟରେ ବନ୍ଧୁଙ୍କ ନିକଟରୁ ଆସାକରିଥିବା ଅର୍ଥପ୍ରାପ୍ତି ହେବ। ବିଭିନ୍ନ ପ୍ରକାରର ଚିନ୍ତା ଓ କଳ୍ପନା କରି କେବଳ ଭାବି ଭାବି ସମୟ କଟାଇବେ। ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରି ପାରିବେନି। ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବେ।*

✧═════•❁❀❁•═════
ବିଛା
ଆଜି ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ। ନିଜ ପରିବାରର ସଦସ୍ୟମାନଙ୍କ ଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଘରୋଇ ବ୍ୟାପାରରେ ପଡୋଶୀଙ୍କ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।*

✧═════•❁❀❁•═════
ଧନୁ
କୌଣସି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।ଅଫିସରେ ସହକର୍ମୀ ମାନଙ୍କ ସହ ମିଷ୍ଟାଳାପରେ ମାତିରହିବେ ଓ ସମୟ ଅବଶ୍ୟ ଖୁସିରେ କଟିଯିବ। ପିଲାମାନଙ୍କ ଶିକ୍ଷା ଓ ଅନ୍ୟାନ୍ୟ କୃତିତ୍ୱର ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।
✧═════•❁❀❁•═════

ମକର
ଆଜି ଅସାବଧାନତା ହେତୁ ଦ୍ରବ୍ୟ ଓ ଧନ ହାନି ଘଟିପାରେ।ପ୍ରିୟ ବନ୍ଧୁଟିର ସାନ୍ନିଧ୍ୟ ଲାଭ କରି ଏକପ୍ରକାର ଅହେତୁକ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ସଭାସମିତି ପ୍ରଭୃତିରୁ ସୁଫଳ ପାଇବେ ।

✧═════•❁❀❁•═════
କୁମ୍ଭ
ଆଜି ଧନହାନି, ପରିବହନରେ ତର୍କ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ରକରି ବିତର୍କର ସୂତ୍ରପାତ ଘଟିପାରେ। ସାହିତ୍ୟ, ସାମ୍ବାଦିକତା,ଚଳଚ୍ଚିତ୍ର ଓ ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।ନିଜଲୋକ ମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ମନକୁ ବେଶି ବାଧିବ।*

✧═════•❁❀❁•═════
ମୀନ
ଆଜି ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ହେତୁ କୌଣସି ଭୁଲ୍‌ କାମ କରିବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking