କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ଘଟିଛି ଏକ ମର୍ମାନ୍ତୁଦ ଦୁର୍ଘଟଣା । ଟ୍ରକକୁ ପଛ ପଟୁ ଧକ୍କା ଦେଇଛି ବସ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି । କେନ୍ଦୁଝର ଜିଲ୍ଲାର ଯୋଡା ଥାନା ବିଲେଇପଦା ନିକଟରେ ଏଭଳି ଏକ ଘଟଣା ଘଟିଛି । ବରଯାତ୍ରୀ ନେଇ ଯୋଡା ଅଭିମୁଖେ ବସଟି ଏକ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଇଥିଲା । ଧକ୍କା ଫଳରେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ଜଣଙ୍କର ଦୁଃଖଦ ମୃତ୍ୟୁ ଘଟିଛି । ଆହତମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ବାସୁଦେବପୁର ମୋଡିକାଲକୁ ପଠାଯାଇଥିଲା । ଆହତମାନଙ୍କ ମଧ୍ୟରୁ କିଛି ବ୍ୟକ୍ତିଙ୍କ ଅବସ୍ଥା ଗୁରୁତର ଥିବାବେଳେ ସ୍ଥାନୀୟ କର୍ତ୍ତୃପକ୍ଷ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।










