27.1 C
Bhubaneswar
Thursday, February 12, 2026
Homeଓଡିଶାରାଜ୍ୟପାଳ ଏବଂ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଙ୍କ ସୌଜନ୍ୟ ମୂଳକ ସାକ୍ଷାତ

ରାଜ୍ୟପାଳ ଏବଂ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଙ୍କ ସୌଜନ୍ୟ ମୂଳକ ସାକ୍ଷାତ

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ବୁଧବାର ଦିନ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଙ୍କୁ ତାଙ୍କ ବାସଭବନ ରେ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟପାଳ ଓ ଉପ ମୁଖ୍ୟମନ୍ତ୍ରୀ ଓଡ଼ିଶାର ବିକାଶ ପାଇଁ ଯୋଜନା, ଶକ୍ତି କ୍ଷେତ୍ରରେ ସଂସ୍କାର ଏବଂ କୃଷି କ୍ଷେତ୍ରରେ ବିକାଶ ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ। ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକୁ ତ୍ବରାନ୍ବିତ କରିବାପାଇଁ ବିଭାଗଗୁଡ଼ିକ ମଧ୍ୟରେ ଉତ୍ତମ ସମନ୍ବୟର ଆବଶ୍ୟକତା ବିଷୟରେ ମଧ୍ୟ ଆଲୋଚନା କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରମୁଖ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପ୍ରୟାସକୁ ରାଜ୍ୟପାଳ ପ୍ରଶଂସା କରିବା ସହିତ ରାଜ୍ୟର ସାମଗ୍ରିକ ଅଭିବୃଦ୍ଧି ପାଇଁ ମିଳିମିଶି କାମ କରିବା ଉପରେ ଗୁରୁତ୍ୱାରୋପ ଆରୋପ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking