14.1 C
Bhubaneswar
Friday, December 19, 2025
Homeଓଡିଶାଆଉ ୫ ଦିନ ପ୍ରବଳ ବର୍ଷା

ଆଉ ୫ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଏବେ ଉପକୂଳବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହିଛି। ଆସନ୍ତା ୨ ଦିନରେ ଲଘୁଚାପ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦିଗରେ ଗତି କରିବ। ଲଘୁଚାପ ପ୍ରଭାବରେ ୪ ଜୁଲାଇ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଜୁଲାଇ ୬ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି, ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଜୁଲାଇ ୯ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି।   ଜୁଲାଇ ୨ରେ ସୁନ୍ଦରଗଡ଼, ଝାରସୁଗୁଡାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ୩ ଜୁଲାଇରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅନ୍ୟାନ୍ୟ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ,କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ନ ଯିବାକୁ ମସ୍ୟଜୀବୀଙ୍କୁ ସତର୍କ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking