23.1 C
Bhubaneswar
Sunday, March 22, 2026
Homeଓଡିଶାରାଜ୍ୟ ପୋଲିସ ପାଇଁ ଗୌରବ ଆଣିଲେ କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା

ରାଜ୍ୟ ପୋଲିସ ପାଇଁ ଗୌରବ ଆଣିଲେ କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା

ଭୁବନେଶ୍ୱର: ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ରାଜ୍ୟ ପୋଲିସ ପାଇଁ ଗୌରବ ଆଣିଛନ୍ତି। ଅଶୋକ ଦଣ୍ଡସେନା ୮୦୦ ମିଟର (ପୁରୁଷ ବର୍ଗ) ଦୌଡ଼ରେ ସ୍ୱର୍ଣ୍ଣ ପଦକ ଏବଂ କନଷ୍ଟେବଳ ସୁସ୍ମିତା ଟିଗା ୮୦୦ ମିଟର (ମହିଳା ବର୍ଗ) ଦୌଡ଼ରେ ରୌପ୍ୟ ପଦକ ହାସଲ କରି ଏକ ନୂତନ ମାଇଲ ଖୁଣ୍ଟ ସ୍ଥାପନ କରିଛନ୍ତି। ଉଭୟଙ୍କ ଏହି ବିରଳ ସଫଳତାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ କ୍ରୀଡ଼ାବିତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ଉଭୟ ଅଶୋକ ଓ ସୁସ୍ମିତା ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ଅସାଧାରଣ କ୍ରୀଡା କୌଶଳ ପ୍ରଦର୍ଶନ କରିବା ସହ ଓଡ଼ିଶାର ପୋଲିସର ସୁନାମ ବଢ଼ାଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ପ୍ରତି ଦୁଇ ବର୍ଷରେ ଅନୁଷ୍ଠିତ ହୋଇଥାଏ । ଯେଉଁଥିରେ ପୋଲିସ, ଅଗ୍ନିଶମ ଏବଂ ବିଶ୍ୱର ଅନ୍ୟାନ୍ୟ ସାର୍ବଜନୀନ ସୁରକ୍ଷା ସଂସ୍ଥାର ହଜାର ହଜାର ଖେଳାଳି ଅଂଶଗ୍ରହଣ କରିଥାନ୍ତି।  ଅଶୋକ ଓ ସୁସ୍ମିତାଙ୍କ ବିଜୟ ଓଡ଼ିଶା ପୋଲିସର କ୍ରୀଡା ଉତ୍କର୍ଷତା, ଦୃଢ଼ତା ଏବଂ ଶୃଙ୍ଖଳାର ପ୍ରମାଣ। ଉଭୟଙ୍କ ପଦକ ବିଜୟ ଓଡିଶା ପୋଲିସ ବାହିନୀକୁ ଗୌରବାନ୍ୱିତ କରିବା ସହ କର୍ତ୍ତବ୍ୟ ଏବଂ କ୍ରୀଡ଼ା ଉଭୟରେ ଉତ୍କର୍ଷତା ହାସଲ କରିବାକୁ ଅନ୍ୟ କ୍ରୀଡ଼ାବିତ ଓ ଅଧିକାରୀମାନଙ୍କୁ ପ୍ରେରଣା ଯୋଗାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking