ପୁରୀ : ପୁରୀ ପୌରପାଳିକାକୁ ମହାନଗର ନିଗମ କରାଯିବ । ଏନଇ ପ୍ରେସମିଟ କରି ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୁରୀ ସହରକୁ ନୂଆ ଢାଞ୍ଚାର ଆବଶ୍ୟକତା ରହିଛି । କ୍ରମବର୍ଧିତ ଜନସଂଖ୍ୟା ଓ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଛି । ପୁରୀ ପୌରପାଳିକା ଲୋକଙ୍କୁ ମୌଳିକ ସୁବିଧା ଯୋଗାଇବାରେ ଅସମର୍ଥ ହେବ । ନିକଟବର୍ତ୍ତୀ ପଞ୍ଚାୟତଗୁଡିକ ସହରର ଅଂଶବିଶେଷ ହେବ ।










