21.1 C
Bhubaneswar
Saturday, December 6, 2025
Homeଓଡିଶା୭ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା

୭ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନ ସହ ଟ୍ୱିନ ସିଟିରେ ଲାଗି ରହିଛି ବର୍ଷା । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପ୍ରାୟ ୭ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ୨୪ ଘଣ୍ଟାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲା ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ବରଗଡକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଓଡିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking