17.1 C
Bhubaneswar
Friday, February 6, 2026
Homeଓଡିଶାଆଜି ଶ୍ରୀଜିଉଙ୍କ ବାହୁଡା ଯାତ୍ରା

ଆଜି ଶ୍ରୀଜିଉଙ୍କ ବାହୁଡା ଯାତ୍ରା

ପୁରୀ: ଆଜି ପବିତ୍ର ବାହୁଡ଼ାଯାତ୍ରା । ଆଷାଢ଼ ଶୁକ୍ଳ ଦଶମୀ ତିଥିରେ ଆଜି ବାହୁଡ଼ିବେ ଦାରୁବ୍ରହ୍ମ। ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ଶରଧାବାଲିରେ ଥିବା ରଥ ଉପରେ ପହଣ୍ଡି ବିଜେ କରିବେ। ବଡ଼ଦାଣ୍ଡରେ ଘର ଘର ନାଦକରି ଶ୍ରୀମନ୍ଦିର ସିଂହଦ୍ବାର ଅଭିମୁଖେ ଗଡ଼ିବ ତିନିରଥ। ପୁଣିଥରେ ଭକ୍ତ ଓ ଭଗବାନଙ୍କ ମହାମିଳନ ହେବ। ନବଦିନ ବ୍ୟାପୀ ଆଡ଼ପମଣ୍ଡପ ଲୀଳା ଶେଷକରି ବାହୁଡ଼ାଯାତ୍ରା କରିବେ ମହାପ୍ରଭୁ। ବିଶ୍ବବ୍ରହ୍ମାଣ୍ଡର ତ୍ରାଣକର୍ତ୍ତା ପରଂବ୍ରହ୍ମ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ଫେରିବା ବାଟକୁ ପ୍ରବଳ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି ରଥ, ପଥ ଓ ଭକ୍ତ। ଜନ୍ମବେଦୀ ଲୀଳା ସରିବା ପରେ ଆଡପ ମଣ୍ଡପ ଛାଡି ରଥାରୂଢ ହୋଇ ବାହୁଡ଼ିବେ ମହାବାହୁ । ଗତକାଲି ନବମୀ ସନ୍ଧ୍ୟା ଦର୍ଶନରେ ଲକ୍ଷାଧିକ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ଧନ୍ୟ ହୋଇଥିବା ବେଳେ ଗୁଣ୍ଡିଚା ମନ୍ଦିରରେ ରାତ୍ର ପହୁଡ଼ ନୀତି ସମ୍ପନ୍ନ ହୋଇଥିଲା। ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ପରେ ମଦନ ମୋହନ, ରାମ ଓ କୃଷ୍ଣଙ୍କ ପହଣ୍ଡି କରାଯିବ। ପରେ ଗଜପତି ମହାରାଜା ଛେରା ପହଁରା ନୀତି ସମ୍ପାଦନ କରିବେ। ଛେରା ପହଁରା ନୀତି ପରେ ତିନି ରଥରୁ ଚାର ଖୋଲାଯାଇ ଘୋଡା ବନ୍ଧା ଯିବା ସହ ରଥଟଣା କାର୍ଯ୍ୟ ଆରମ୍ଭ ହେବ। ଆଜି ସକାଳୁ ବାହୁଡା଼ ଯାତ୍ରା ପାଇଁ ଶରଧାବାଲିରେ ପ୍ରବଳ ଭକ୍ତଙ୍କ ଭିଡ଼ ଜମିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking