30.1 C
Bhubaneswar
Thursday, February 12, 2026
Homeଓଡିଶାଆଜି ସୁନାବେଶ

ଆଜି ସୁନାବେଶ

ପୁରୀ: ମହଣ ମହଣ ସୁନାରେ ଛାଉଣି ହେବେ ଦାରୁବ୍ରହ୍ମ। ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ବଡ଼ତଢ଼ାଉ ତଥା ସୁନାବେଶରେ ଦର୍ଶନ ଦେବେ ଶ୍ରୀବିଗ୍ରହ। ଗୁଣ୍ଡିଚା ଲୀଳା ସାରି ବାହୁଡ଼ିବା ପରେ ସିଂହଦ୍ବାରରେ ବିଶ୍ରାମ ନେଇଛନ୍ତି ମହାପ୍ରଭୁ। ରତ୍ନବେଦିକୁ ବାହୁଡ଼ିବା ପୂର୍ବରୁ ରଥାରୂଢ଼ ହୋଇ ସୁନାବେଶରେ ଝଟକିବେ ଜଗତାଧିପତି। ଆପାଦ ମସ୍ତକ ସୁନାରେ ସଜେଇ ହୋଇ ମହାପ୍ରଭୁ ରାଜବେଶରେ ଦର୍ଶନ ଦେଉଥିବାରୁ, ଏହି ବେଶ ସଂଦର୍ଶନ ପାଇଁ ବହୁ ଭକ୍ତ ଉତ୍କଣ୍ଠାରେ ପ୍ରତୀକ୍ଷା କରିଛନ୍ତି। ସୁନାର କିରୀଟ, କୁଣ୍ଡଳ, ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା ମାଳି, କଦମ୍ୱ ମାଳି, ବାଘନଖୀ ମାଳି, ସେବତୀ ମାଳି, ହଳମୂଷଳ, ଚକ୍ର, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା ଓ ତଡ଼ଗି ଆଦି ଅଳଙ୍କାର ପିନ୍ଧି ଶ୍ରୀଜିଉ ଦର୍ଶନ ଦେବେ।।

ରଥଉପରେ ଶ୍ରୀଜିଉ ମାନଙ୍କର ବଡତଢା଼ଉ ବେଶ ଵା ସୁନାବେଶ  ଅନୁଷ୍ଠିତ ହେବ ।  ସକାଳୁ ତିନିରଥ ଉପରେ ଦୈନଦିନ ନୀତି ପରେ ମଧ୍ୟାହ୍ନ ଧୂପ ଓ ମଇଲମ ନୀତି ପରେ ମହଣ ମହଣ ସୁନାରେ ବିଭୂଷିତ ହେବେ ଶ୍ରୀଜିଉ ।  ସେଥିପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇ ଉଠିଛି  ।  ରଥ ଉପରେ ଅନ୍ୟାନ୍ୟ ନୀତି ବଢି ମଧ୍ୟାହ୍ନ ଧୁପ , ମଇଲମ ପରେ ଅପରାହ୍ନରେ ମେକାପ ସର୍ବାଙ୍ଗ ନୀତି ସମ୍ପର୍ଣ୍ଣ ହେବ । ଏହାପରେ ଅପରାହ୍ନ ୫ଟାରୁ ୬ଟା ୩୦ ମଧ୍ୟରେ ଠାକୁର ମାନଙ୍କୁ ସୁନାବେଶରେ ସଜ୍ଜିତ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।  ରାତି ୧୧ଟା ପର୍ଯ୍ୟନ୍ତ ଭକ୍ତ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ମଧ୍ୟ ପ୍ରଶାସନ ନିଷ୍ପତ୍ତି ନେଇଛି ।  ବେଶ ଓଲାଗି ପରେ ବଡସିଂହାର ବେଶ ଓ ରାତ୍ର ପହୁଡ ହେବ । ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ମାର୍କେଟ ଛକରୁ ଵ୍ୟାରିକେଡ଼ କରାଯାଇଛି । ଶ୍ରଦ୍ଧାଳୁ ମାର୍କେଟ ଛକରୁ ଵ୍ୟାରିକେଡ୍‌ରେ ଆସି ବେଶ ଦେଖିବା ପରେ ତିନିରଥ ପଛପଟ ରାସ୍ତା ଦେଇ ପ୍ରସ୍ଥାନ କରିବାର ବ୍ୟବସ୍ତା କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking