16.1 C
Bhubaneswar
Sunday, December 7, 2025
Homeଓଡିଶାଆଜି ମହାପ୍ରଭଙ୍କୁ ଅଧରପଣା ନୀତି

ଆଜି ମହାପ୍ରଭଙ୍କୁ ଅଧରପଣା ନୀତି

ପୁରୀ: ବାହୁଡ଼ା ପରେ ରଥରେ ବିଜେ କରିଛନ୍ତି ଦାରୁଦିଅଁ । ଆଜି ବାହୁଡ଼ା ଯାତ୍ରାର ତୃତୀୟ ଦିନରେ ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି । ତିନିରଥକୁ ସ୍ୱତନ୍ତ୍ର ଉପଚାରରେ ପୂଜା କରାଯାଇ ପ୍ରସ୍ତୁତ କରାଯାଇଥିବା ସମୟରେ ରଥରେ ବହୁ ଦେବଦେବୀ ବିରାଜମାନ କରିଥାନ୍ତି । ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପନ୍ନ ହେବା ପରେ ପାର୍ଶ୍ୱ ଦେବଦେବୀ ଓ ଅନ୍ୟାନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କୁ ତୃପ୍ତ କରିବାକୁ ଅଧରପଣା କରାଯାଇ ଅଧର ହାଣ୍ଡିକୁ ରଥଉପରେ ଭଙ୍ଗା ଯିବାର ବିଧି ରହିଛି । ସ୍ୱତନ୍ତ୍ର ଭାବେ ଏହି ପଣାକୁ ଶ୍ରୀବିଗ୍ରହ ମାନଙ୍କର ଅଧର ପର୍ଯ୍ୟନ୍ତ ନିର୍ମିତ ୩ଟି ତୁମ୍ଭାକାର ହାଣ୍ଡିରେ ପ୍ରସ୍ତୁତ କରାଯାଇଥାଏ । ଛେନା, ଛାଚି, କ୍ଷୀର, ସର, ଗୋଲମରିଚ, କର୍ପୁର, ଜାଇଫଳ, କଦଳୀ ଆଦିକୁ ମିଶ୍ରଣ କରାଯାଇ ପଣା ପ୍ରସ୍ତୁତ କରାଯିବା ସହ ଏହାକୁ ରଥ ଉପରେ ଭଙ୍ଗାଯିବ ।   ପ୍ରତିରଥରେ ତିନିଟି କରି ୯ଟି ହାଣ୍ଡି ଭୋଗ ହୁଏ । ପାଳିଆ ପୂଜାପଣ୍ଡା ପଞ୍ଚୋପଚାରରେ ପୂଜା କରିଥାଆନ୍ତି  । ମହାପ୍ରଭୁଙ୍କ ଅଧର ସ୍ପର୍ଶ ପଣା ହାଣ୍ଡି ଭୋଗ ହେବା ପରେ ଭଙ୍ଗାଯିବାର ପରମ୍ପରା ଅନନ୍ୟ। ଜନଶ୍ରୁତି ଅନୁଯାୟୀ ରଥ ଉପରେ ଠାକୁରମାନଙ୍କ ଉଦ୍ଦେଶ୍ୟରେ ଅଧର ପଣା ଭୋଗ ହୋଇ ରଥର ପାର୍ଶ୍ବ ଦେବଦେବୀ ଓ ଅନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କ ପାଇଁ ଅଧର ହାଣ୍ଡି ଭଙ୍ଗା ଯାଇଥାଏ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking