20.1 C
Bhubaneswar
Sunday, February 8, 2026
Homeଓଡିଶାରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଇରିଂ ଛାଡ ଆନ୍ଦୋଳନ

ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଇରିଂ ଛାଡ ଆନ୍ଦୋଳନ

ଭୁବନେଶ୍ବର: ଓଡ଼ିଶାର ଡ୍ରାଇଭର ମହାସଂଘ ଷ୍ଟିଅରିଂ ଛାଡ଼ ଡାକରା ଦେଇଛନ୍ତି। ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ  ୭ ଦଫା ଦାବି ନେଇ ରାସ୍ତାକୁ ଓହ୍ଲାଇଛି । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ରାଜ୍ୟବ୍ୟାପି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଡାକରା ଦିଆଯାଇଛି । ରାଜ୍ୟର ୫ ଲକ୍ଷରୁ ଅଧିକ ଡ୍ରାଇଭର ଏଥିରେ ସାମିଲ ହୋଇଛନ୍ତି।

୬ ଦଫା ଦାବି ମଧ୍ୟରେ ଓଡିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଏବଂ ୱାର୍କର୍ ୱେଲଫେୟାର ବୋର୍ଡରେ ଅଟୋ ଡ୍ରାଇଭରକୁ ସାମିଲ କରିବା ସହ ଜନ ସାଧାରଣଙ୍କ ଆକ୍ରୋଶରେ ଶିକାର ହେଉଥିବା ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ଆଇନ ତିଆରି କରାଯିବା ଦାବିକୁ ଅନ୍ତର୍ଭୁକ୍ତ କରାଯାଇଛି। ‌

ସେହିପରି ବୃତ୍ତିଗତ ଡ୍ରାଇଭରଙ୍କୁ ୬୦ ବର୍ଷ ବୟସ ପରେ ସ୍ବତନ୍ତ୍ର ଭତ୍ତା ପ୍ରଦାନ, ପ୍ରତି ୧୦୦ କିଲୋମିଟର ଅନ୍ତରାଳରେ ଗାଡ଼ି ପାର୍କିଂ ଏବଂ ଡ୍ରାଇଭରମାନଙ୍କ ବିଶ୍ରାମ ନେବାପାଇଁ ବିଶ୍ରାମଗାର ଏବଂ ଶୌଚାଳୟ ବ୍ୟବସ୍ଥା ଦାବି ସଂଘ ପକ୍ଷରୁ କରାଯାଇଛି।

ଓଡ଼ିଶାରେ ଥିବା ପ୍ରତ୍ୟେକ ଖଣି ଖାଦାନ ଏବଂ କାରଖାନା ଗୁଡ଼ିକରେ ଓଡ଼ିଶାର ଡ୍ରାଇଭରଙ୍କୁ ଶତକଡ଼ା ୭୦ ପ୍ରତିଶତ କାମ ଦେବା ଏବଂ ସେପ୍ଟେମ୍ବର ୧ ତାରିଖକୁ ଜାତୀୟ ଡ୍ରାଇଭର ଦିବସ ରୂପେ ଘୋଷଣା କରାଯାଉ ବୋଲି ସଂଘ ଦାବି କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking