ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଝାରବନ୍ଧ ଗାଁ ନିକଟ ନାରାୟଣ ଡୁଙ୍ଗୁରୀ ସଂରକ୍ଷିତ ଜଙ୍ଗଲରୁ ଏକ ମାଓ କ୍ୟାମ୍ପ ଠାବ ହୋଇଛି। ମାଓ କ୍ୟାମ୍ପରୁ ଗୋଟିଏ ଟିଫିନ ବୋମା, ୨୦ଟି ଜିଲୋଟିନ୍ ସମେତ ବିପୁଳ ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ ହୋଇଛି। ଜିଲ୍ଲା ପୁଲିସ କାର୍ୟ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏସପି ଜିଆର ରାଘବେନ୍ଦ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ଏସ୍ପି କହିଛନ୍ତି, ଗତ ୫ ତାରିଖରେ ସିନାପାଲି ଥାନା ଝାରବନ୍ଧ ଗାଁ ନିକଟ ନାରାୟଣ ଡୁଙ୍ଗୁରୀ ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ରହିଥିବା ଜିଲ୍ଲା ପୁଲିସକୁ ସୂଚନା ମିଳିଥିଲା। ଏହି ଆଧାରରେ ଡ଼ିଭିଏଫ ଟିମ୍ ନାରାୟଣ ଡୁଙ୍ଗୁରୀ ସଂରକ୍ଷିତ ଜଙ୍ଗଲରେ କମ୍ବିଂ ଅପରେସନ ଆରମ୍ଭ କରିଥିଲା।








