19.1 C
Bhubaneswar
Thursday, February 12, 2026
Homeଓଡିଶାପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା!

ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା!

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚରେ ରହି ଦକ୍ଷିଣ-ପଶ୍ଚିମ ଆଡକୁ ବ୍ୟାପିଛି। ଏହା ଆସନ୍ତା ୨ଦିନ ମଧ୍ୟରେ ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ମଙ୍ଗଳବାର ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଅତ୍ୟନ୍ତ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ପାଇଁ ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ା ଜିଲାକୁ ରେଡ ଓ୍ବାର୍ନିଂ ଜାରି କରାଯାଇଛି।  ତେବେ ୯ ତାରିଖ ବେଳକୁ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking