ପୁରୀ: ସରିଲା ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ । ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢା । ରତ୍ନବେଦୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲାଣି ଭକ୍ତଙ୍କ ଗହଳି । ଘୋଷଯାତ୍ରାର ୧୨ ଦିନର ଲୀଳାଖେଳା ପରେ ମହାପ୍ରଭୁ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ରତ୍ନବେଦୀକୁ ଫେରିଛନ୍ତି । ରଥଯାତ୍ରା, ସୁନାବେଶ ଓ ଅଧରପଣା ସାରି ଗୋଟି ପହଣ୍ଡିରେ ବଡ଼ଦେଉଳକୁ ଫେରିଛନ୍ତି । ଆଜିଠୁ ରତ୍ନ ସିଂହାସନରୁ ଶ୍ରଦ୍ଧାଳୁ ମାନଙ୍କୁ ଦର୍ଶନ ଦେବେ ତିନି ଠାକୁର ।










