25.1 C
Bhubaneswar
Monday, December 8, 2025
Homeଓଡିଶାଜଗା ପ୍ରଧାନଙ୍କୁ ମିଳିଲା ଜାମିନ

ଜଗା ପ୍ରଧାନଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର : ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ । ଜାମିନ ପ୍ରଦାନ କଲେ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ । ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ମିଳିଲା ଜାମିନ । ସୂଚନାଥାଉକି ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ମାଡ଼ ମାରିବା ଘଟଣାରେ ଗିରଫ ହୋଇ ଜେଲରେ ଥିଲେ ଜଗନ୍ନାଥ । ପରେ ପରେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ରହିଥିଲେ ଜଗନ୍ନାଥ । ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫା ଲଗାଇଥିଲା ପୁଲିସ । ଦଫା ୩୩୩, ୧୨୧(୧), ୧୨୧(୨), ୩୫୧(୨), ୬୨ ଓ ୩୦୪ରେ ମାମଲା ରୁଜୁ କରାଯାଇଥିଲା । ଗତ ଗୁରୁବାର ରାତିରେ ସମର୍ଥକଙ୍କୁ ଧରି ଡିସିପି କାର୍ଯ୍ୟାଳୟରେ ପହଞ୍ଚିଥିଲେ ଜଗନ୍ନାଥ ପ୍ରଧାନ । ଆତ୍ମସମର୍ପଣ କଲା ପରେ କମିସନରେଟ ପୁଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking