29.1 C
Bhubaneswar
Tuesday, February 10, 2026
Homeଓଡିଶା୨୪ ଘଣ୍ଟା ପୀଡିତାଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ: ଏମ୍ସ ନିର୍ଦ୍ଦେଶକ

୨୪ ଘଣ୍ଟା ପୀଡିତାଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ: ଏମ୍ସ ନିର୍ଦ୍ଦେଶକ

ବାଲେଶ୍ୱର: ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା। ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସ ସୂଚନା ଦେଇଛନ୍ତି। କହିଲେ ପୀଡିତାଙ୍କ ଅବସ୍ଥା ସଂକଟାପନ୍ନ ରହିଛି । କାଲିଠାରୁ ଆଜି ଅବସ୍ଥା ସାମାନ୍ୟ ପରିବର୍ତ୍ତନ ହୋଇଛି। ଆଗାମୀ ୨୪ ଘଣ୍ଟା ପୀଡିତାଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। ବର୍ତ୍ତମାନ ଛତ୍ରୀ ଜଣକ ଭେଣ୍ଟିଲେଟରରେ ଅଛନ୍ତି । ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତତ୍ତ୍ୱାବଧାନରେ ଚାଲିଛି ଚିକିତ୍ସା । ଛାତ୍ରୀଙ୍କ କିଡନୀ ସାମାନ୍ୟ ପ୍ରଭାବିତ ହେଇଛି।

ସୂଚନାଯୋଗ୍ୟ, ଅଧ୍ୟାପକଙ୍କ ବିରୋଧରେ ଦୁର୍ବ୍ୟବହାର ଓ ମାନସିକ ନିର୍ଯାତନା ଅଭିଯୋଗ ଆଣି ନ୍ୟାୟ ନ ମିଳିବାରୁ ବାଲେଶ୍ୱରର ସ୍ୱଂୟଶାସିତ ଫକୀର ମୋହନ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ଛାତ୍ରୀ ଶନିବାର ଜୀବନ ହାରିବାକୁ ଉଦ୍ୟମ କରିଥିଲେ। ସେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତାଙ୍କ ଶରୀରର ୯୦% ଜଳିଯାଇଥିବା ସୂଚନା ରହିଛି। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଭୁବନେଶ୍ୱରସ୍ଥିତ ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଏହି ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଅନ୍ୟ ଜଣେ ଛାତ୍ରୀ ମଧ୍ୟ ପୋଡ଼ି ଯାଇଥିଲେ। ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏଭଳି ଅଭାବନୀୟ ଘଟଣା ଘଟିଥିଲା

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking