15.1 C
Bhubaneswar
Monday, February 9, 2026
Homeଓଡିଶାମହାନ ବିପ୍ଲବୀ ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ମହାନ ବିପ୍ଲବୀ ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ମହାନ ବିପ୍ଲବୀ ଚକ୍ରଧର ବେହେରାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱର ରାଜଭବନ ଛକସ୍ଥିତ ଚକ୍ରଧର ବେହେରାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ଉକ୍ତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକ, ଉପ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଜିତେନ୍ଦ୍ରିୟ ଜେନା, ପ୍ରଦର୍ଶନୀ ଅଧିକାରୀ ଶ୍ରୀ ଦୀପକ କୁମାର ସାହୁ,ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ ।

ଏହି ଅବସରରେ ବିପ୍ଲବୀଙ୍କ ଦାୟାଦ ଶ୍ରୀମତୀ ସ୍ବପ୍ନଶ୍ରୀ ମାହୁନ୍ତ, ଶ୍ରୀ ସୁରେନ୍ଦ୍ର କୁମାର ମାହୁନ୍ତ, ଶ୍ରୀ ଦିଲ୍ଲୀପ କୁମାର ଦାସ,ସାହିତ୍ୟିକ ଶ୍ରୀ ଗୌରହରୀ ଦାସ, ସମାଜସେବୀ ଭାସ୍କର ଚନ୍ଦ୍ର ସେଠୀ, ଶ୍ରୀ ପ୍ରଭାକର ପରିଡା, ଲକ୍ଷ୍ମୀଧର ବେହେରା, ଦିଲୀପ କୁମାର ଦାସ, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ । ଶ୍ରୀ ଅକ୍ଷୟ କୁମାର ସାହୁ ବିପ୍ଲବୀଙ୍କ ସ୍ମୃତିରେ କବିତା ପାଠ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking