30.1 C
Bhubaneswar
Tuesday, May 5, 2026
Homeଓଡିଶାମହିଳାଙ୍କୁ ନିର୍ଯାତନା ଅଭିଯୋଗରେ ଅତିରିକ୍ତ ଅଗ୍ନିଶମ ଅଧିକାରୀ ଗିରଫ

ମହିଳାଙ୍କୁ ନିର୍ଯାତନା ଅଭିଯୋଗରେ ଅତିରିକ୍ତ ଅଗ୍ନିଶମ ଅଧିକାରୀ ଗିରଫ

ରାୟଗଡ଼ା: ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ଦୁଷ୍କର୍ମ ଉଦ୍ୟମ ମାମଲାରେ ଟାଉନ ଥାନା ପୁଲିସ ଗିରଫ କରିଛି। ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ପ୍ରସନ୍ନ କୁମାର ବେହେରା କହିଛନ୍ତି। ଜଣେ ମହିଳାଙ୍କ ଅଭିଯୋଗକୁ ଆଧାର କରି ପୁଲିସ ଏକ ମାମଲା ରୁଜୁ କରି ରମେଶ ବେହେରାଙ୍କୁ ଗିରଫ କରିଛି। ଅଭିଯୋଗ ଅନୁସାରେ ରାୟଗଡ଼ାରେ ପ୍ରାୟ ଦୁଇ ବର୍ଷ ହେଲା ଅତିରିକ୍ତ ଅଗ୍ନିଶମ ଅଧିକାରୀ ବେହେରା ଜନୈକ ବିବାହିତ ମହିଳାଙ୍କ ସହିତ ଶାରୀରିକ ସମ୍ପର୍କ ରଖୁଥିଲେ। ଏଥି ସହିତ ତାଙ୍କୁ ନିର୍ଯାତନା ମଧ୍ୟ ଦେଇଥିଲେ। ମହିଳା ଜଣକ ଦୁଇଟି ସନ୍ତାନର ମାଆ ଅଟନ୍ତି। ତେବେ ଏନେଇ ମହିଳା ଜଣକ ରବିବାର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking