23.1 C
Bhubaneswar
Tuesday, May 5, 2026
Homeଓଡିଶାଏଫଏମରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି

ଏଫଏମରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି

ବାଲେଶ୍ୱର: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାର ତଦନ୍ତ ପାଇଁ ରବିବାର ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଡିଜି ମିଶ୍ର ପ୍ରଥମେ ପୂର୍ବାଞ୍ଚଳ ଡିଆଇଜିଙ୍କ କାର୍ଯ୍ୟାଳୟରେ ପହଞ୍ଚି ଡିଆଇଜି ଡା. ସତ୍ୟଜିତ ନାୟକଙ୍କ ସହ ଆଲୋଚନା କରିଥିଲେ।  ପରେ ମହାବିଦ୍ୟାଳୟରେ ପହଞ୍ଚି ଛାତ୍ରୀଜଣକ ଆତ୍ମାହୁତି ଦେଇଥିବା ସ୍ଥାନ ବୁଲି ଦେଖିଥିଲେ।  ଡିଜିଙ୍କ ସହ ଡିଆଇଜି ଡା. ସତ୍ୟଜିତ ନାୟକ, କ୍ରାଇମବ୍ରାଞ୍ଚର ସିଏଡବ୍ଲ୍ୟୁ ଆଣ୍ଡ ସିଡବ୍ଲ୍ୟୁ ଶାଖା ଆଇଜି ଏସ୍‌ ସାଇନି, ଡିିଏସପି ଇମାନ କଲ୍ୟାଣ ନାୟକ, ଇନ୍ସପେକ୍ଟର ପାଞ୍ଚାଳୀ ରାଉତ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking