ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କ ଇସ୍ତଫା ମଞ୍ଜୁର । ଇସ୍ତଫାକୁ ଗ୍ରହଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ଆସନ୍ତାକାଲି ଦେଶର ଉପରାଷ୍ଟ୍ରପତି ତଥା ରାଜ୍ୟସଭାର ସଭାପତି ଥିବା ଜଗଦୀପ ଧନଖଡ଼ ପଦରୁ ଇସ୍ତଫା ଦେଇଛନ୍ତି । ସ୍ୱାସ୍ଥ୍ୟଗତ କାରଣରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି । ସେ ତାଙ୍କର ଇସ୍ତଫା ପତ୍ର ରାଷ୍ଟ୍ରପତିଙ୍କୁ ଲେଖିଛନ୍ତି । ଚିକିତ୍ସାକୁ ପ୍ରାଥମିକତା ଓ ଡାକ୍ତରଙ୍କ ପରାମର୍ଶ ପାଳନ କରି ସେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିବା ଲେଖିଛନ୍ତି । ଏହାସହ ସହଯୋଗ ଓ ସୁସମ୍ପର୍କ ପାଇଁ ସେ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେଇଛନ୍ତି । କେବଳ ସେତିକି ନୁହେଁ ପ୍ରଧାନମନ୍ତ୍ରୀ ଓ ମନ୍ତ୍ରୀମଣ୍ଡଳର ସହଯୋଗ ପାଇଁ ସେ କୃତଜ୍ଞ ବୋଲି ଉଲ୍ଲେଖ କରିଛନ୍ତି । ୨୦୨୨ ସେ ୧୪ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଥିଲେ ।










