14.1 C
Bhubaneswar
Sunday, December 7, 2025
Homeଓଡିଶାରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ତୃତୀୟ କିସ୍ତି

ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ତୃତୀୟ କିସ୍ତି

ଭୁବନେଶ୍ୱର: ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା । ଅଗଷ୍ଟ ୯ ତାରିଖରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରାଯିବ । ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଯେଉଁ ହିତାଧିକାରୀ ଭାବେ ପ୍ରଥମ ଦୁଇଟି କିସ୍ତିରେ ଟଙ୍କା ପାଇନାହାନ୍ତି, ସେମାନଙ୍କୁ ମଧ୍ୟ ଟଙ୍କା ପ୍ରଦାନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ପ୍ରାୟ ୧ଲକ୍ଷ ୮୮ହଜାର ମହିଳା ଏପର୍ଯ୍ୟନ୍ତ ସୁଭଦ୍ରା ଟଙ୍କା ପାଇନାହାନ୍ତି । ତୃତୀୟ କିସ୍ତି ଟଙ୍କା ପ୍ରଦାନ ପରେ ଏନେଇ ସମୀକ୍ଷା ହେବ । କେଉଁ କାରଣରୁ ସେମାନେ ଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି, ତା’ର ସମୀକ୍ଷା କରାଯିବ । ସେଥିରୁ ଯୋଗ୍ୟ ମହିଳାମାନଙ୍କୁ ପର୍ଯ୍ୟାୟକ୍ରମେ ଟଙ୍କା ପ୍ରଦାନ କରାଯିବ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking