ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ମୁଖ୍ୟ ନିର୍ୱାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଭାରତର ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖରଙ୍କ ଇସ୍ତଫାର ଦୁଇ ଦିନ ପରେ, ନିର୍ବାଚନ କମିଶନ ବୁଧବାର ଘୋଷଣା କରିଛନ୍ତି ଯେ ପରବର୍ତ୍ତୀ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ଜଗଦୀପ ଧନଖରଙ୍କ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ , ଯାହା ଫଳରେ ଦେଶର ଦ୍ୱିତୀୟ ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ଖାଲି ପଡିଛି ।










