ଭୁବନେଶ୍ୱର: ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ବୟାନ ରଖିଛନ୍ତି । କହିଛନ୍ତି, ବିରୋଧୀ ଅନାସ୍ଥା ଆଣିଲେ ସରକାର ଆହତ ହେବେନି । ଅନାସ୍ଥା ପ୍ରସ୍ତାବରେ ନିଜେ କ୍ଷତାକ୍ତ ହେବେ ବିରୋଧୀ । ଅନାସ୍ଥା ପ୍ରସ୍ତାବ ସେମାନଙ୍କ ପାଇଁ ବୁମେରାଂ ହେବ । ବିରୋଧୀ ଅନାସ୍ଥା ଆଣିପାରିବେ, ହେଲେ ହୋମୱାର୍କ କରନ୍ତୁ । ବିଜେଡି, କଂଗ୍ରେସ ୪୦ ବର୍ଷର ହିସାବ ନେଇକି ଆସନ୍ତୁ । ଆମେ ଗୋଟିଏ ବର୍ଷର ହିସାବ ଦେବୁ । ସେମାନେ ଲମ୍ବା ସମୟରେ କଣ କରିଛନ୍ତି, ଆମେ ବର୍ଷକରେ କଣ କରିଛୁ ।










