29.1 C
Bhubaneswar
Tuesday, May 19, 2026
Homeଓଡିଶାପ୍ରବଳ ବର୍ଷା ସମ୍ଭାବନା: ୪ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି

ପ୍ରବଳ ବର୍ଷା ସମ୍ଭାବନା: ୪ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ବର: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‌ମୟୂରଭଂଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଆଗାମୀ ୨୪ ଘଣ୍ଟା ଏହି ୪ଟି ଜିଲ୍ଲା ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆସନ୍ତାକାଲି ପାଇଁ କେନ୍ଦୁଝର, ମୟୂରଭଞ୍ଜକୁ ରେଡ଼ ଆଲର୍ଟ ଜାରି ହୋଇଛି। ଅତିପ୍ରବଳ ବର୍ଷା ସହ ବ୍ରଜପାତ ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼କୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking