“ମୁଁ ଲୋକଙ୍କ ନିନ୍ଦା ଆଉ ଅପବାଦ ନୀରବତାର ସହ ଶୁଣେ . କାହିଁକିନା ଉତ୍ତର ଦେବାର ଅଧିକାର କେବଳ ସମୟ ପାଖରେ ହିଁ ଅଛି !!”
ଆପଣ ଚାଲୁ ଥିବା ରାସ୍ତାରେ ଯଦି କେହି ସମସ୍ୟାର ପାହାଡ଼ ଛିଡ଼ା କରୁଛି ତଥାପି ଧୈର୍ଯ୍ୟହରା ହୁଅନ୍ତୁ ନାହିଁ , କାହିଁକିନା ଏମାନେ ହେଉଛନ୍ତି ସେହି ଲୋକ ଯିଏ ଆପଣଙ୍କୁ ଚାଲିବା ସମୟରେ ଡେଇଁବା ଶିଖାଇ ଦେଉଛନ୍ତି !!”
“ପରିବର୍ତ୍ତନ ବିନା ପ୍ରଗତି ସମ୍ଭବ ନୁହେଁ , ଆଉ ଯିଏ ନିଜ ଚିନ୍ନାଧାରା ର ପରିବର୍ତ୍ତନ କରିପାରି ନାହିଁ ସେ କିଛି ବି ପରିବର୍ତ୍ତନ କରିପାରିବ ନାହିଁ !!”
“ଜୀବନରେ ସବୁବେଳେ ଶାନ୍ତ ରହିବାକୁ ଚେଷ୍ଟା କରନ୍ତୁ ଯାହା ଆପଣଙ୍କୁ ବହୁତ ମଜବୁତ୍ କରିବ . କାହିଁକିନା ଲୁହା ଥଣ୍ଡାରେ ହିଁ ମଜବୁତ୍ ଥାଏ ଆଉ ତାକୁ ଗରମ ଅବସ୍ଥାରେ ଯେପରି ଚାହିଁବେ ସେପରି ଆକାର ଦେଇ ପାରିବେ !!”
“ନକାରାତ୍ମକ ପରିସ୍ଥିତିରେ ଥାଇ ମଧ୍ୟ ସର୍ବଦା ସକାରାତ୍ମକ ଚିନ୍ତା କରନ୍ତୁ , କାହିଁକିନା ଆପଣଙ୍କର ସକରାତ୍ମକ ଚିନ୍ତାଧାରା ଦ୍ବାରା ହିଁ ସମସ୍ତ ସମସ୍ୟାର ସମାଧାନ ହୋଇପାରିବ !!”
ଉଦ୍ଦେଶ୍ୟ ଯଦି ମହତ ହୋଇଥାଏ ତେବେ ତା ତୁଳନାରେ ବ୍ୟକ୍ତିଗତ ସ୍ବାର୍ଥ ଅତି ତୁଚ୍ଛ ଓ ନଗଣ୍ୟ , କାହିଁକିନା ଆକାଶ ଯେତେ ଉଚ୍ଚ ହୋଇଥାଏ ତାର ସ୍ବଚ୍ଛତା ଓ ଶୁଦ୍ଧତା ସେତେ ଅଧିକ ହୋଇଥାଏ !!”
ଆମର ହସ ଖୁସି ହେଉଛି ଆମର ସଫଳତା….
ଆମର ଦୁଃଖ କଷ୍ଟ ହେଉଛି ଆମର ବିଫଳତା….
ଆମେ ପାଉଥିବା ସଫଳତା ଓ ବିଫଳତାର ପରିମାଣ ନିଶ୍ଚୟ ଆମ କର୍ମ ଉପରେ ହିଁ ନିର୍ଭର କରେ….
ମନ ଯେତେ ଖରାପ ଥିଲେ ବି କାହା ପ୍ରତି ଖରାପ ଶବ୍ଦ ପ୍ରୟୋଗ କର ନାହିଁ, କାରଣ ପରବର୍ତ୍ତି ସମୟରେ ମନ ଠିକ୍ ହୋଇଯିବ କିନ୍ତୁ କୁହାଯାଇଥିବା ଖରାପ ଶବ୍ଦକୁ ନୁହେଁ।
ଜୟ ଜଗନ୍ନାଥ ସ୍ଵାମୀ ନୟନ ପଥଗାମୀ ଭବତୁ ମେ
ଅଦ୍ୟ ଜୁଲାଇ ମାସ ୨୮ ତାରିଖ ୨୦୨୫ ମସିହା (ସୋମବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଶ୍ରାବଣମାସ- ଶୁକ୍ଳପକ୍ଷ
ତିଥି- ଚତୁର୍ଥୀ ରାତ୍ରି ଘ୧୧/୦୦ ଗତେ ପଞ୍ଚମୀ
ନକ୍ଷତ୍ର- ପୁର୍ବା ଫା ସନ୍ଧ୍ୟା ଘ୦୬/୦୧ ଗତେ ଉତ୍ତରା ଫା
ଚନ୍ଦ୍ର- ସିଂହ ରାତ୍ରି ଘ୧୨/୨୭ ଗତେ କନ୍ୟା
ଯୋଗ- ପରିଘ
କରଣ – ବାଣିଜ୍ୟ
ସୌରମାସ- କର୍କଟ ୧୩ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୦୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୧/୫୫
*✧═════•❁❀
ଯୋଗିନୀ ନୈରୁତକୋଣେ ରାତ୍ରି ଘ ୧୧/୦୧ ଗତେ ଦକ୍ଷିଣେ
କର୍କଟ ଓ ମକର ରାଶିର ଘାତଚନ୍ଦ୍ର
ମିଥୁନ ରାଶିର ଘାତବାର
ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା -ଦିବା ଘ୦୬/୫୧ ଗତେ ଘ୦୮/୩୧ ମଧ୍ୟେ
ବାରବେଳା- ଦିବା ଘ୦୩/୦୫ ଗତେ ଘ୦୪/୪୮ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୩୧ ଗତେ ଘ୧୧/୧୩ ମଧ୍ୟେ ଓ ରାତ୍ରି ଘ୦୭/୦୮ ଗତେ ଘ୦୯/୩୩ ମଧ୍ୟେ ଓ ରାତ୍ରି ଘ୧୧/୫୬ ଗତେ ଘ୦୩/୦୯ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═════✧
ଅଦ୍ୟ ମୂଳା ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
:-ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।
✧═════•❁❀❁•═════
ବୃଷ
:-ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିବ।
✧═════•❁❀❁•═════
ମିଥୁନ
:-ଆଜି ବ୍ୟୟବହୁଳତା ମଧ୍ୟରେ କାର୍ଯ୍ୟସିଦ୍ଧି, ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ ଖୁସୀ ହେବେ। ପରିବାରର ଅନୁରୋଧକ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପାରନ୍ତି। ଉଦ୍ୟୋଗ, ନୂତନ ପ୍ରକଳ୍ପ କିମ୍ବା ବ୍ୟବସାୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଜଣେ ବ୍ୟକ୍ତିଙ୍କ ସହ ଉଚ୍ଚବାଚ୍ଚ ଘଟିବାର ଆଶଙ୍କା ରହିଛି।
✧═════•❁❀❁•═════
କର୍କଟ
:-ଆଜି ଶରୀରିକ ଓ ମାନସିକ ସୁସ୍ଥତା ରକ୍ଷାକରି ଦୈନନ୍ଦିନର ଜୀବନଯାତ୍ରାକୁ ନିଷ୍କଣ୍ଟକ କରିବ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହାନୁଭୂତିର ସହ ସହଯୋଗର ହାତ ବଢାଇବେ। ସାହିତ୍ୟ,ସାମ୍ବାଦିକତା, ଏଜେନ୍ସିପ୍ କ୍ଷେତ୍ରରୁ ସୁଫଳ ମିଳିବ। କଳା,ସାହିତ୍ୟ ଓ ସଙ୍ଗୀତ କ୍ଷେତରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ବାବନା ରହିଛି।
✧═════•❁❀❁•═════
ସିଂହ
:-ଆଜି ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀ, ସଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା, ସମ୍ପର୍କୀୟ ଆଲୋଚନା, ଦୂରଯାତ୍ରାର ସୁଯୋଗ ଲାଭକରି ଖୁସୀ ହେବେ। ଘରୋଇ କ୍ଷେତ୍ରରେ ଜମିଜମା କାରବାର, ଗାଡିମୋଟର ମରାମତି ସକାଶେ ଫଳପ୍ରଦ ଆଲୋଚନା କରିପାରନ୍ତି।
✧═════•❁❀❁•═════
କନ୍ୟା
:-ଆଜି ଦିନଟିରେ ନୂତନ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାମତ୍କ ରହିବ। ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ନାହିଁ। ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶୟ ନେଇପାରନ୍ତି।
✧═════•❁❀❁•═════
ତୁଳା
:-ଦୀର୍ଘଦିନରୁ ପାଉନଥିବା ଅର୍ଥ କିମ୍ବା ଭବିଷ୍ୟନିଧିରୁ ଟଙ୍କା ପାଇ ଆବଶ୍ୟକତାକୁ ପୂରଣ କରିବେ। ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଜନମଙ୍ଗଳକାର୍ଯ୍ୟ କିମ୍ବା ସଭାସମିତିରେ ଯୋଗ ଦେଲେ ପ୍ରଶଂସିତ ହେବେ। କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
✧═════•❁❀❁•═════
ବିଛା
:-ବନ୍ଧୁ ଗହଣରେ ବହୁ ପ୍ରତିକ୍ଷୀତ କାର୍ଯ୍ୟାରମ୍ଭ କରି ଏକ ପ୍ରକାର ଆତ୍ମତୃପ୍ତି ଅନୁଭବ କରିପାରନ୍ତି। ମାଙ୍ଗଳିକ କାର୍ଯ୍ୟ, ଜମିଜମା କ୍ରୟ କିମ୍ବା ଗୃହରମ୍ଭ, ପ୍ରତିଷ୍ଠାଦି ଓ ପ୍ରୀତି ପ୍ରଦାୟକ ରହିବ। ଉଚ୍ଚବର୍ଗଙ୍କ ସହାୟତା, ପାଖ ପଡ଼ୋଶୀଙ୍କ ଆଦର, ଅଭ୍ୟର୍ଥନା ସଙ୍ଗକୁ ବିଭିନ୍ନ କ୍ଷେତ୍ରରେ ସଫଳତାର ଝଲକ ଦେଖିପାରିବେ।
✧═════•❁❀❁•═════
ଧନୁ
:-ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି।
✧═════•❁❀❁•═════
ମକର
:-ଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, ମନୋରଞ୍ଜନ କାର୍ଯ୍ୟକ୍ରମ ଓ ବାଣିଜ୍ୟ, ବ୍ୟବସାୟାଦି ସନ୍ତୋଷଦାୟକ ରହିବ।
✧═════•❁❀❁•═════
କୁମ୍ଭ
:-ସରକାରୀ ସାହାଯ୍ୟ, ବିଶିଷ୍ଟବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆମତ୍ସମ୍ମାନ ବୃଦ୍ଧି କରିବ। ସ୍ଥଗିତକାର୍ଯ୍ୟ, ବିବାଦୀୟ ସ୍ଥିତି, ସହକର୍ମୀଙ୍କ ଅସହଯୋଗ କ୍ରମଶଃ ବଦଳିଯାଇପାରେ। ସମ୍ପର୍କୀୟମାନଙ୍କ ସାହାଯ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରାଇବାର ସମ୍ଭାବନା ରହିଛି। ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ।
✧═════•❁❀❁•═════
ମୀନ
:-ଲାଗିରହିଥିବା ଟେନସନ୍ କମିଯିବ, ସହଯୋଗ ଭିତିରେ କାମ କରି ଉଚ୍ଚ ପ୍ରଶଂସିତ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ। ଭୁଲ୍ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି।










