16.1 C
Bhubaneswar
Sunday, December 7, 2025
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ରୂପ ଠାରୁ ଚରିତ୍ର ବଡ, ପ୍ରେମ ଠାରୁ ତ୍ଯାଗ ବଡ ଓ ଧନ ଠାରୁ ମାନବିକତା ବଡ ।ହେଲେ ସୁନ୍ଦର ସମ୍ପର୍କ ଠାରୁ ବଡ ଏ ଦୁନିଆରେ କିଛି ବି ନାହିଁ ।

ଏଇତ ଆମ ସମାଜର ଚିନ୍ତାଧାରା
ଝିଅ ଖୁସିରେ ରହିଲେ,
ଜ୍ୱାଇଁ ବହୁତ ବଢିଆ.
ବୋହୂ ଖୁସିରେ ରହିଲେ,
ପୁଅ ମାଇପ ବୁଦ୍ଧିଆ..
ଝିଅର ଝିଅ ହେଲେ ଲକ୍ଷ୍ମୀ ଆସିଛି ବୋହୂର ଝିଅ ହେଲେ ମହାଭାରତ..।

ଜୀବନ ଗୋଟିଏ ନୋଟବୁକ୍ ଭଳି
ଯାହାର ଦୁଇଟି ପୃଷ୍ଠା ଭଗବାନଙ୍କ ଦ୍ୱାରା ପୂର୍ବରୁ ଲେଖା ଅଛି.
ପ୍ରଥମଟି ହେଲା ଜନ୍ମ ଆଉ ଶେଷଟି ହେଲା ମୃତ୍ୟୁ।
ମଝି ପୃଷ୍ଠା ଗୁଡିକ ସମ୍ପୂର୍ଣ୍ଣ ଫାଙ୍କା ଅଛି,
ଏହା ଆପଣଙ୍କ ଉପରେ ନିର୍ଭର କରେ…
ଆପଣ ସେଠାରେ ସୁଖ ଲେଖିବେ ନା ଦୁଃଖ ।

ଶବ୍ଦର ଶକ୍ତିକୁ ଅବମାନନା କରନ୍ତୁ ନାହିଁ । ଏକ ଛୋଟ “ହଁ” ଏବଂ ଏକ ଛୋଟ “ନା” ସମଗ୍ର ଜୀବନକୁ ପରିବର୍ତ୍ତନ କରିଦେଇଥାଏ ।

ଆଜିକାଲିର ମଣିଷ…
ତା ଜୀବନରେ ବହୁତ warning ପାଇଥାଏ
ହେଲେ ସବୁଠୁ ଅଧିକ ଗୁରୁତ୍ୱ..
ନିଜ mobile ର low battery warning କୁ ଦେଇଥାଏ ।
ଆମ ଜୀବନକୁ କିଏ କିଏ ଆସିବେ ଏହା ସମୟ ହିଁ ସ୍ଥିର କରିଥାଏ….
ହେଲେ
ହୃଦୟରେ କିଏ କିଏ ରହିବେ ଏହା ହୃଦୟ ହିଁ ସ୍ଥିର କରିଥାଏ….
କିନ୍ତୁ
ଜୀବନରେ କିଏ କିଏ ଆମକୁ ତାଙ୍କ ହୃଦୟରେ ରଖିବେ ଆମ ବ୍ୟବହାର ହିଁ ସ୍ଥିର କରିଥାଏ….

ଅଦ୍ୟ ଜୁଲାଇ ମାସ ୨୯ ତାରିଖ ୨୦୨୫ ମସିହା (ମଙ୍ଗଳବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଶ୍ରାବଣମାସ- ଶୁକ୍ଳପକ୍ଷ
ତିଥି- ପଞ୍ଚମୀ ରାତ୍ରି ଘ୧୨/୧୫ ଗତେ ଷଷ୍ଠୀ
ନକ୍ଷତ୍ର- ଉତ୍ତରା ଫା ରାତ୍ରି ଘ୦୭/୫୦ ଗତେ ହସ୍ତା
ଚନ୍ଦ୍ର- କନ୍ୟା
ଯୋଗ- ଶିବ
କରଣ – ବବ
ସୌରମାସ- କର୍କଟ ୧୪ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୨୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୧/୩୨
*✧═════•❁❀
ଯୋଗିନୀ ଦକ୍ଷିଣେ ରାତ୍ରି ଘ ୧୨/୨୫ ଗତେ ପଶ୍ଚିମେ
ବୃଷ ରାଶିର ଘାତଚନ୍ଦ୍ର
ମକର ରାଶିର ଘାତବାର
ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା -ଦିବା ଘ୦୨/୦୬ ଗତେ ଘ୦୩/୪୭ ମଧ୍ୟେ
ବାରବେଳା- ଦିବା ଘ୦୬/୫୩ ଗତେ ଘ୦୮/୩୨ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୩୩ ଗତେ ଘ୧୦/୧୩ ମଧ୍ୟେ ଓ ଘ୧୨/୩୬ ଗତେ ଘ୦୨/୦୫ ମଧ୍ୟେ ଓ ଘ୦୩/୩୮ ଗତେ ଘ୦୪/୩୭ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═════✧
ଅଦ୍ୟ ବେଲ ଭକ୍ଷଣ ନିଷେଧ
═✧══•❁❀❁•═════✧

ଆଜିର ରାଶିଫଳ
✧═════•❁❀❁•═════
ମେଷ
: ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।
ବୃଷ
ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।
✧═════•❁❀❁•═════
ମିଥୁନ
କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।
✧═════•❁❀❁•═════*
କର୍କଟ
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।
✧═════•❁❀❁•═════
ସିଂହ
ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
✧═════•❁❀❁•═════
କନ୍ୟା
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।
✧═════•❁❀❁•═════
ତୁଳା
କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ ।✧═════•❁❀❁•═════

ବିଛା
ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
✧═════•❁❀❁•═════
ଧନୁ
ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।

✧═════•❁❀❁•═════
ମକର
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
✧═════•❁❀❁•═════
କୁମ୍ଭ
ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।
✧═════•❁❀❁•═════
ମୀନ
ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking