ଗରିବ ହେଉ ବା ଧନୀ, ଅପମାନର ଯନ୍ତ୍ରଣା ଟା ସମସ୍ତଙ୍କୁ ସମାନ ହିଁ ଲାଗିଥାଏ । କାହାକୁ କେବେ କଷ୍ଟ ଦିଅନ୍ତୁ ନାହିଁ କି କାହାକୁ କେବେ ଅପମାନିତ କରନ୍ତୁ ନାହିଁ ।
ଇଛା ଠାରୁ ସବୁବେଳେ ଦୂରେଇ ରୁହନ୍ତୁ ଆଜ୍ଞା କାରଣ ଇଛା ପୂରଣ ହୋଇଗଲେ ଲୋଭ ବଢିଥାଏ ଏବଂ ପୂରଣ ନ ହେଲେ କ୍ରୋଧ ବଢିଥାଏ ।
ଏହା ଚିରନ୍ତନ ସତ୍ୟ ଯେ ନିଜ ପରିବାରର ଦାୟିତ୍ବ ଭାର ଆଗରେ ଦେଖିଥିବା ସବୁ ସ୍ବପ୍ନ ସବୁବେଳେ ହାରି ଯାଇଥାଏ ।
ହେଇପାରେ ସାମ୍ନାରେ ହସୁଥିବା ମଣିଷର ହସ ମିଛ, ସେଥିପାଇଁ ମଣିଷକୁ ଖାଲି ଦେଖନ୍ତୁନି ତାଙ୍କୁ ବୁଝିବାକୁ ବି ଚେଷ୍ଟା କରନ୍ତୁ ।
Hi କହିଲେ Reply ଆସିବନି
କିନ୍ତୁ Bye କହିଲେ…
Bye & Take Care ର Reply ନିଶ୍ଚିତ ଆସିଥାଏ ।
ଜୀବନରେ ଯଦି କେବେ ହାରି ଯାଆନ୍ତି, ଭାଙ୍ଗି ନ ପଡ଼ି ଭଗବାନ ଙ୍କ ଉପରେ ଭରସା ରଖନ୍ତୁ….
କାହିଁକିନା ଅନ୍ଧାରରେ କେବଳ ହୀରା ଚମକିଥାଏ….
ଅଦ୍ୟ ଜୁଲାଇ ମାସ ୩୦ ତାରିଖ ୨୦୨୫ ମସିହା (ବୁଧବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଶ୍ରାବଣମାସ- ଶୁକ୍ଳପକ୍ଷ
ତିଥି- ଷଷ୍ଠୀ ରାତ୍ରି ଘ୦୨/୦୫ ଗତେ ସପ୍ତମୀ
ନକ୍ଷତ୍ର- ହସ୍ତା ରାତ୍ରି ଘ୧୦/୦୮ ଗତେ ଚିତ୍ରା
ଚନ୍ଦ୍ର- କନ୍ୟା
ଯୋଗ- ସିଦ୍ଧି
କରଣ – କୌଳବ
ସୌରମାସ- କର୍କଟ ୧୫ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୫୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୧/୧୨
*✧═════•❁❀
ଯୋଗିନୀ ପଶ୍ଚିମେ ରାତ୍ରି ଘ ୦୨/୦୫ ଗତେ ବୟବ୍ୟେ
ବୃଷ ରାଶିର ଘାତଚନ୍ଦ୍ର
କର୍କଟ ରାଶିର ଘାତବାର
ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା -ଦିବା ଘ୦୮/୩୧ ଗତେ ଘ୧୦/୧୨ ମଧ୍ୟେ
ବାରବେଳା- ଦିବା ଘ୧୧/୪୮ ଗତେ ଘ୦୧/୨୮ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୦୦ ମଧ୍ୟେ ଓ ରାତ୍ରି ଘ୦୭/୦୮ ଗତେ ଘ୦୯/୩୨ ମଧ୍ୟେ ଓ ଘ୦୨/୨୦ ଗତେ ଘ୦୫/୫୪ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୧୭ ଗତେ ଘ୦୫/୫୨ ମଧ୍ୟେ ଓ ରାତ୍ରି ଘ୦୯/୩୩ ଗତେ ଘ୧୧/୦୯ ମଧ୍ୟେ
═✧══•❁❀❁•═════✧
ଅଦ୍ୟ ନିମ୍ବ ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।
✧═════•❁❀❁•═════
ବୃଷ
: ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।
✧═════•❁❀❁•═════
ମିଥୁନ : ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।
✧═════•❁❀❁•═════
କର୍କଟ
: ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।
✧═════•❁❀❁•═════
ସିଂହ
: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।
✧═════•❁❀❁•═════
କନ୍ୟା
: ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।
✧═════•❁❀❁•═════
ତୁଳା
: ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।
✧═════•❁❀❁•═════
ବିଛା
ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।
✧═════•❁❀❁•═════
ଧନୁ
: ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।
✧═════•❁❀❁•═════
ମକର
: ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।
✧═════•❁❀❁•═════
କୁମ୍ଭ
: ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
✧═════•❁❀❁•═════
ମୀନ
: ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।










