21.1 C
Bhubaneswar
Wednesday, February 11, 2026
Homeଓଡିଶାସରକାର ଯେତିକି ସହଯୋଗ କରିବା କଥା ସେତିକି କରିଛନ୍ତି: ବଳଙ୍ଗା ପୀଡ଼ିତାଙ୍କ ବାପା

ସରକାର ଯେତିକି ସହଯୋଗ କରିବା କଥା ସେତିକି କରିଛନ୍ତି: ବଳଙ୍ଗା ପୀଡ଼ିତାଙ୍କ ବାପା

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗାର ୧୫ ବର୍ଷୀୟ ଝିଅ ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାଜ୍ୟର ରାଜନୈତକ ମହଲରେ ଚାପା ଉତ୍ତେଜନା ଦେଖାଯାଇଛି। ରାଜଧାନୀ ଭୁବନେଶ୍ବରରୁ ବଳଙ୍ଗା ପର୍ଯ୍ୟନ୍ତ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ଏହାରି ମଧ୍ୟରେ ପୀଡ଼ିତାଙ୍କ ବାପା ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ସେ ପୁଲିସକୁ କ୍ଲିନ୍‌ ଚିଟ୍‌ ଦେଇ ତାଙ୍କର ଝିଅର ମୃତ୍ୟୁର କାରଣ କହିଛନ୍ତି। ପୀଡ଼ିତାଙ୍କ ବାପା କହିଛନ୍ତି ଯେ, ଝିଅର ମାନସିକ ଅବସ୍ଥା ଭଲ ନଥିଲା। ସେ ଚିନ୍ତାରେ ଥିଲା। ସୂଚନାଯୋଗ୍ୟ, ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଗତମାସ ୧୯ ତାରିଖ ଦିନ ପୂର୍ବାହ୍‌ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ।

ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା। ନାବାଳିକାର ଶରୀର ୭୫ ପ୍ରତିଶତ ପୋଡ଼ି ଯାଇଥିବାରୁ ତାଙ୍କୁ ଜୁଲାଇ ୨୨ ତାରିଖ ଦିନ ଏମ୍‌ସ ଦିଲ୍ଲୀକୁ ସ୍ଥାନାନ୍ତରିତ କରାଯାଇଥିଲା। ଏଥି ପାଇଁ ଏମ୍ସ ଭୁବନେଶ୍ବରରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ କରିଡ଼ର କରାଯାଇଥିଲା। ଏହି ସମ୍ବେଦନଶୀଳ ଘଟଣା ନେଇ ରାଜ୍ୟ ସରକାର ଖୁବ ତତ୍ପରତା ପ୍ରକାଶ କରିଥିଲେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଯାଇ ଏମ୍ସରେ ପୀଡ଼ିତାଙ୍କୁ ଭେଟିଥିଲେ ଓ ପରିବାର ଲୋକଙ୍କ ସହିତ କଥା ହୋଇଥିଲେ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିଲେ। ସେ ପରିବାର‌ ଲୋକଙ୍କ ସହିତ କଥା ହୋଇ ରାଜ୍ୟ ସରକାର ସମସ୍ତ ପ୍ରକାରର ସହଯୋଗର ହାତ ବଢ଼ାଇବେ ବୋଲି କହିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking