କେନ୍ଦୁଝର: କେନ୍ଦୁଝର ଜିଲ୍ଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ବାମେବାରୀ ଥାନା ଅଞ୍ଚଳରେ ଘଟିଛି ଏହି ଅମାନବୀୟ ଘଟଣା। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ପଚରାଉଚରା କରୁଛି। ଅନ୍ୟପକ୍ଷେ ପୋଲିସ ଯୁବତୀଙ୍କ ଡାକ୍ତରମାଇନା କରିଥିବା ସୂଚନା ମିଳିଛି।










