26.1 C
Bhubaneswar
Wednesday, February 4, 2026
Homeଓଡିଶାବିଷ ପିଇ ସ୍ବାମୀ-ସ୍ତ୍ରୀ ଗୁରୁତର

ବିଷ ପିଇ ସ୍ବାମୀ-ସ୍ତ୍ରୀ ଗୁରୁତର

ବାଲିଚନ୍ଦ୍ରପୁର : ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ପତରାଜପୁର ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କୌଣସି କାରଣରୁ ଗାଁର ଏକ ଦମ୍ପତି ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବିଷ ପିଇଦେବା ପରେ ଉଭୟେ ସ୍ଵାମୀ-ସ୍ତ୍ରୀ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। କ’ଣ ପାଇଁ ସେମାନେ ଏଭଳି ପଦକ୍ଷେପ ନେଲେ ତାହା ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ ଚଳାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking