16.1 C
Bhubaneswar
Sunday, December 7, 2025
Homeଓଡିଶାନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା: ଆସନ୍ତାକାଲି ନବରଙ୍ଗପୁର ଜିଲ୍ଲା ବିଜେଡି ପକ୍ଷରୁ ୧୨ ଘଣ୍ଟିଆ
ରାଇଘର ବନ୍ଦ...

ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା: ଆସନ୍ତାକାଲି ନବରଙ୍ଗପୁର ଜିଲ୍ଲା ବିଜେଡି ପକ୍ଷରୁ ୧୨ ଘଣ୍ଟିଆ
ରାଇଘର ବନ୍ଦ ଡାକରା

ଭୁବନେଶ୍ୱର: ରାଇଘର ଡୁମରିମୁଣ୍ଡା ନର୍ସିଂ ଛାତ୍ରୀର ମୃତୁ୍ୟକୁ ତୀବ୍ର ନିନ୍ଦା କରୁଛି ବିଜୁ ଜନତା ଦଳ । ଏହି ସରକାର ଓଡ଼ିଶାରେ ନାରୀକୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି । ପ୍ରତିଦିନ ନାରୀ ନିର୍ଯାତନା ଘଟଣା ଉଦବେଗଜନକ ଭାବେ ବୃଦ୍ଧି ପାଉଛି । ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଇସ୍ତଫା ଦାବି କରୁଛି ବିଜେଡି । ଏହା ସହିତ ରାଇଘର ନର୍ସିଂ ପୀଡ଼ିତାକୁ ୧ କୋଟି ଟଙ୍କା କ୍ଷତିପୂରଣ ଦେବା ପାଇଁ ବିଜୁ ଜନତା ଦଳ ଦାବି କରୁଛି । ଯେତେଦିନ ପର୍ଯ୍ୟନ୍ତ ଏହି ରାଜ୍ୟରେ ନାରୀ, ଛାତ୍ରୀ, ନାବାଳିକା ସୁରକ୍ଷିତ ହେବେ ନାହିଁ, ବିଜେଡି ସେମାନଙ୍କୁ ସୁରକ୍ଷା ଦେବା ପାଇଁ ସାରା ରାଜ୍ୟରେ ଆନେ୍ଦାଳନକୁ ବ୍ୟାପକ କରିବ । ରାଇଘର ବ୍ଲକବାସୀଙ୍କୁ ନବରଙ୍ଗପୁର ବିଜେଡି ତରଫରୁ ଅନୁରୋଧ କରାଯାଉଛି କି ଆସନ୍ତାକାଲି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦକୁ ସମ୍ପୂର୍ଣ୍ଣ ସହଯୋଗ କରନ୍ତୁ । ଏହି ୧୨ ଘଣ୍ଟିଆ ବନ୍ଦ ଡାକରା ସମୟରେ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ, ଦୋକାନ, ବଜାର, ସ୍କୁଲ୍, କଲେଜ୍, ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ । ଏହି ବନ୍ଦ ସମୟରେ ଜରୁରୀକାଳୀନ ସେବା ବ୍ୟାହତ ହେବ ନାହିଁ ବୋଲି ନବରଙ୍ଗପୁର ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking