ଭୁବନେଶ୍ବର: ମହାପ୍ରସାଦ ଅନ୍ଲାଇନରେ ବିକ୍ରି ନକରିବାକୁ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅପିଲ୍ କରିଛନ୍ତି। ସେ କହିଛନ୍ତି, ମହାପ୍ରସାଦର ପବିତ୍ରତା ଅଲଗା। କିଛି ଦିନ ତଳେ କିଛି ସଂସ୍ଥା ତରଫରୁ ମହାପ୍ରସାଦ ଓ ଶୁଖିଲା ଭୋଗକୁ ଅନ୍ଲାଇନରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ମନ୍ଦିର ପ୍ରଶାସନକୁ ଅନୁରୋଧ କରାଯାଇଥିଲା। ’ସାଙ୍ଗରେ ନେବାବେଳେ ମହାପ୍ରସାଦର ପବିତ୍ରତା ଅକ୍ଷୁର୍ଣ୍ଣ ରଖିବେ କି ନାହିଁ ସେ ସନ୍ଦେହ ଆମ ଭିତରେ ଅଛି ସେ ଦୃଷ୍ଟିରୁ ମନ୍ଦିର ପ୍ରଶାସନ ଓ ସରକାର ସହମତ ନାହାନ୍ତି । ତେଣୁ ପୁରୀ ଆସି ମହାପ୍ରସାଦ ପାଇ ସୌଭାଗ୍ୟ ପ୍ରାପ୍ତ ହୁଅନ୍ତୁ । ମହାପ୍ରସାଦକୁ ଅନଲାଇନରେ ବିତରଣ କରିବା ଭଳି ଯୋଜନା ନାହିଁ । ମହାପ୍ରସାଦର ଅନଲାଇନ ବିତରଣ ହେଉନାହିଁ । ଅନଲାଇନ ବିକ୍ରି ପାଇଁ କିଛି ଉଦ୍ୟମ ଆରମ୍ବ ହୋଇଥିଲା କିନ୍ତୁ ଏଥିପାଇଁ ସରକାର ଏବଂ ମନ୍ଦିର ପ୍ରଶାସନ ରାଜି ନାହାନ୍ତି । ହୋଟେଲ ଖାଦ୍ୟ ଭଳି ପ୍ରସାଦକୁ ଅନଲାଇନ ରେ ବିକ୍ରି କରନ୍ତୁ ନାହିଁ ’। ଶ୍ରଦ୍ଧାଳୁ ସମୁଦାୟଙ୍କୁ ଏଭଳି ଅପିଲ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।










