ପୁରୀ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ୱସାଧାରଣ ଦର୍ଶନ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ସାଢେ ୨ଟାରୁ ସନ୍ଧ୍ୟା ସାଢେ ୬ଟା ପଯ୍ୟନ୍ତ ସର୍ୱ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଜି ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀ ବିଗ୍ରହମାନଙ୍କର ଏହି ରାହୁରେଖା ଲାଗି ନୀତି କରାଯିବ ।










