15.1 C
Bhubaneswar
Monday, December 8, 2025
Homeଓଡିଶାଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା !

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା !

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି  । ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ  । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ଗତି କରିବାର ସମ୍ଭାବନା ରହିଛି  । ଲଘୁଚାପ ପ୍ରଭାବରେ ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ । ତେବେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବାକି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପ୍ରଭାବ ଜାରି ରହିବ । ତେବେ ୧୮ ତାରିଖରୁ ପାଗରେ ପରିବର୍ତ୍ତନ ହେବ ବୋଲି ସୂଚନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking