29.1 C
Bhubaneswar
Friday, February 6, 2026
Homeଦେଶ ବିଦେଶଚାସୋତିରେ ବାଦଲ ଫଟା ବର୍ଷା: ୩୨ ମୃତ

ଚାସୋତିରେ ବାଦଲ ଫଟା ବର୍ଷା: ୩୨ ମୃତ

ନୂଆଦିଲ୍ଲୀ: ଜମ୍ମୁକାଶ୍ମୀରର କିସ୍ତୱାରର ଚାସୋତି ଅଞ୍ଚଳରେ ବାଦଲ ଫଟା ବର୍ଷା ହୋଇଛି । ଫଳରେ ବନ୍ୟା ପରିସ୍ଥିତି ଉପୁଜିଛି । ୩୨ ଜଣଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ଆଉ କେତେଜଣ ଲୋକ ନିଖୋଜ ହୋଇଥିବା ସୂଚନା ମିଳିଛି । ଏଥି ସହିତ ବହୁ ଧନ ଜୀବନ ନଷ୍ଟ ହୋଇଛି । ଜାମ୍ମୁ ଓ କାଶ୍ମୀରର ଉପରାଜ୍ୟପାଳ ଏହି ଘଟଣାରେ ଚିନ୍ତା ପ୍ରକାଶ କରିଛନ୍ତି। ସେ ମୃତକଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିଛନ୍ତି ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି। ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଏବଂ ପ୍ରଭାବିତମାନଙ୍କୁ ସମସ୍ତ ପ୍ରକାରର ସହାୟତା ଯୋଗାଇବାକୁ ସିଭିଲ୍, ପୋଲିସ, ସେନା, ଏନଡିଆରଏଫ ଏବଂ ଏସଡିଆରଏଫ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking