ଭୁବନେଶ୍ୱର: ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । କହିଛନ୍ତି, ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଅଧିକ ଚାଉଳ ଯୋଗାଇଦେବାକୁ ନିଷ୍ପତ୍ତି ନିଆଯାଇଚି । ୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ଯୋଗାଇ ଦେବାକୁ ନିଷ୍ପତ୍ତି ନିଆଯାଇଛି । ୮ କେବିକେ ଜିଲ୍ଲା ସହ ବୌଦ୍ଧ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ସୁବିଧା ମିଳିବ । ୩ ମାସ ପାଇଁ ୨୭ ଲକ୍ଷରୁ ଅଧିକ ପରିବାରକୁ ମିଳିବ ସୁବିଧା । ମୋଟ ୪୧ ହଜାର ୮୨ ମେଟ୍ରିକ ଟନ ଅତିରିକ୍ତ ଚାଉଳ ବଣ୍ଟନ କରାଯିବ । ରାଜ୍ୟ ସରକାର ନିଜ ପାଣ୍ଠିରୁ ପ୍ରାୟ ୧୮୦ କୋଟି ଟଙ୍କା ଖର୍ଚ୍ଚ କରିବେ ।










