ରାୟଗଡା: ଜିଲ୍ଲା ସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଉଚ୍ଚ ଇଂରାଜୀ ବିଦ୍ୟାଳୟର ପଡିଆ ଠାରେ ପାଳିତ ହୋଇଯାଇଛି l ମାନ୍ୟବର ମନ୍ତ୍ରୀ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ, ଓଡିଶା ସରକାର ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବାସହ ସମ୍ମିଳୀତ ପ୍ୟାରେଡ଼ର ଅଭିବାଦନ ଗ୍ରହଣ କରିଥିଲେ l ଏହାସହ ଓଡିଶା ସରକାରଙ୍କର ଜନହିତକର ଯୋଜନାରେ ଜନସାଧାରଣ କିଭଳି ଉପକୃତ ହୋଇପାରିବେ ନିଜର ଅଭିଭାଷଣରେ ପ୍ରକାଶ କରିଥିଲେ l ୭୯ତମ ସ୍ୱାଧୀନତା ଦିବସ ଉପଲକ୍ଷେ ୩୬ ଗୋଟି ଦଳ ସମ୍ମିଳୀତ ପ୍ୟାରେଡରେ ଅଂଶଗ୍ରହଣ କରିଥିଲେ l ଏବଂ ଏହାସହ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ୬ ଗୋଟି ଦଳ ଛାତ୍ରଛାତ୍ରୀ ନିଜର ଶାରୀରିକ କ୍ରୀଡା ପ୍ରଦର୍ଶନୀ କରିଥିଲେ l ଏହିଅବସରରେ ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ. ସ୍ୱାତୀ କୁମାର, ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ, ସହରର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ଜନସାଧାରଣ, ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଉପ ନିର୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ କୁମାର ପ୍ରଧାନ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବିଭାଗୀୟ କର୍ମଚାରୀ ମାନେ ସହଯୋଗ କରିଥିଲେ l









