14.1 C
Bhubaneswar
Sunday, December 7, 2025
Homeଓଡିଶାଶଙ୍ଖ ଭବନରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ଶଙ୍ଖ ଭବନରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର: ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ୭୯ତମ ସ୍ୱାଧୀନତା ଦିବସ ପାଳନ ହୋଇଯାଇଛି । ଦଳୀୟ କର୍ମୀଙ୍କ ଗ୍ରହଣରେ ବରିଷ୍ଠ ଉପସଭାପତି ଶ୍ରୀ ଦେବୀ ପ୍ରସାଦ ମିଶ୍ର ପତାକା ଉତ୍ତୋଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉପସଭାପତି ଶ୍ରୀ ପ୍ରତାପ ଜେନା, ପୂର୍ବତନ ମନ୍ତ୍ରୀ ପ୍ରଦୀପ ଅମାତ, ପୂର୍ବତନ ମନ୍ତ୍ରୀ ତଥା ଭୁବନେଶ୍ୱର ଜିଲ୍ଲା ସଭାପତି ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର (ମଧ୍ୟ) ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର (ଉତ୍ତର) ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ, ବରିଷ୍ଠ ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର, ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି ଓ ଡ଼ ପି୍ରୟବ୍ରତ ମାଝୀ ଏବଂ ବିଜୁ ଯୁବ, ଛାତ୍ର ଓ ମହିଳା ଜନତା ଦଳର ସଦସ୍ୟବୃନ୍ଦଙ୍କ ସହିତ ବିଏମ୍ସିର ବିଜେଡି କର୍ପୋରେଟର ଓ ଦଳୀୟ କର୍ମୀମାନେ ଯୋଗ ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking