29.1 C
Bhubaneswar
Monday, May 11, 2026
Homeଓଡିଶାନବୀନ ପଟ୍ଟନାୟକ ଅସୁସ୍ଥ

ନବୀନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ । ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ଅପରାହ୍ନ ୫ ଟା ୧୫ରେ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଡିହାଡ୍ରେସନ୍ ଯୋଗୁଁ ଭୁବନେଶ୍ୱର ସମ୍ ଆଲ୍ଟିମେଟ୍ ମେଡିକେୟାର୍‌ରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟ ସ୍ଥିର ଅଛି ଏବଂ ସେ ଚିକିତ୍ସାରେ ଭଲ ଭାବରେ ସ୍ୱସ୍ଥ ହେଉଛନ୍ତି। ଏନେଇ ସମ୍ପୃକ୍ତ ଘରୋଇ ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି । ସୂଚନାଯୋଗ୍ୟ, କିଛି ଦିନ ତଳେ ମୁମ୍ବାଇରୁ ଅସ୍ତ୍ରୋପଚାର ସାରି ଫେରିଥିଲେ । ସର୍ଭିକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ନେଇ ମୁମ୍ବାଇସ୍ଥିତ କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ୨୦୨୫ ଜୁନ୍‌ ୨୨ ତାରିଖ ଠାରୁ ତାଙ୍କର ଚିକିତ୍ସା ଆରମ୍ଭ ହୋଇଥିଲା।

ସଫଳ ଅସ୍ତ୍ରୋପଚାର ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଜୁଲାଇ ୧୨ ତାରିଖରେ ଓଡ଼ିଶା ଫେରିଥିଲେ। ଗତ ସାଧାରଣ ନିର୍ବାଚନ ସମୟରେ ମଧ୍ୟ ସେ ଅସୁସ୍ଥ ଥିବା କଥା ଜଣାପଡ଼ିଥିଲା। ହେଲେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ସୁସ୍ଥ ଥିବା ଦାବି କରିଥିଲେ। ତଥାପି ପରେ ତାଙ୍କର ସ୍ୱାସ୍ଥ୍ୟ ସମସ୍ୟା ଜାରି ରହିଛି। ପାଞ୍ଚଥର ମୁଖ୍ୟମନ୍ତ୍ରୀ ଭାବେ ନବୀନ ଓଡ଼ିଶାରେ ଅନେକ ବିକାଶମୂଳକ କାର୍ଯ୍ୟ କରିଛନ୍ତି। ଏବେ ନିଜର ପ୍ରୀୟନେତାଙ୍କ ଅସୁସ୍ଥତା ଖବର ଶୁଣି ଲୋକେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking