16.1 C
Bhubaneswar
Sunday, December 7, 2025
Homeଓଡିଶାଆଜିଠାରୁ ପୁରୀରେ ରଥଭଙ୍ଗା କାମ ଆରମ୍ଭ

ଆଜିଠାରୁ ପୁରୀରେ ରଥଭଙ୍ଗା କାମ ଆରମ୍ଭ

ପୁରୀ : ଆଜିଠାରୁ ପୁରୀରେ ଆରମ୍ଭ ହୋଇଛି ରଥଭଙ୍ଗା କାମ । ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ ଅନୁସାରେ ଆଜି ଭୋଇ ସେବକମାନେ ରଥ ଭଙ୍ଗା କାର୍ଯ୍ୟ କରିଛନ୍ତି । ପ୍ରଥମେ ମା’ ସୁଭଦ୍ରାଙ୍କ ଦେବଦଳନ ରଥର କଳସରୁ ଭଙ୍ଗା କାମ ଆରମ୍ଭ ହୋଇଛି । ମୁଖ୍ୟ ଭୋଇ ସର୍ଦ୍ଦାରଙ୍କ ନିର୍ଦ୍ଦେଶକ୍ରମେ ରଥଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି । ପ୍ରଥମେ ଦେବଦଳନ, ପରେ ତାଳଧ୍ୱଜ ଓ ଶେଷରେ ନନ୍ଦିଘୋଷ ରଥ ଭଙ୍ଗାଯିବା ପରମ୍ପରା ରହିଛି । ରଥର ଚକ, ପ୍ରଭା, ଦ୍ୱାର ବେଢା, କଣଗୁଜକୁ ଶ୍ରୀମନ୍ଦିର ପ୍ରଶାସନ ନିଲାମ କରିଥାଏ । ଏବଂ ଅନ୍ୟ ଟୁକୁରା କାଠ ମହାପ୍ରଭୁଙ୍କ କୋଠଭୋଗ ପ୍ରସ୍ତୁତିରେ ଜାଳ ଭାବେ ବ୍ୟବହାର ହୋଇଥାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking