ଭୁବନେଶ୍ୱର: ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ । ବିଶେଷକରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଓ ମା’ମାନଙ୍କ ପାଇଁ ବ୍ୟବସ୍ଥା କରାଯାଇଛି । ଏନେଇ ସ୍ୱତନ୍ତ୍ର ଗୃହ ସ୍ଥାପନ ପାଇଁ ସ୍ଥାନ ନିରୁପଣ କରାଯାଇଥିଲା ସୂଚନା ମିଳିଛି । ଶ୍ରୀମନ୍ଦିର ପରିସର ଶାଖା କାଯ୍ୟାଳୟ ନିକଟରେ ସ୍ତନ୍ୟପାନ ଗୃହ ପାଇଁ ନିଷ୍ପତ୍ତି ନିଆଯାଇଛି । ସ୍ତନ୍ୟପାନ ଗୃହ ପରିଚାଳନା ପାଇଁ ଜଣେ ସ୍ୱତନ୍ତ୍ର ମହିଳା ସହାୟିକା ରହିବେ । ତୁରନ୍ତ କାଯ୍ୟକାରୀ ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟପ୍ରଶାସକଙ୍କ ନିର୍ଦ୍ଦେଶ ।










