30.1 C
Bhubaneswar
Tuesday, February 3, 2026
Homeଓଡିଶାନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ସୁସ୍ଥ ରଖନ୍ତୁ, 
ବିରୋଧୀ ଦଳ ନେତାଙ୍କ ସୁସ୍ଥତା କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କର ସୁସ୍ଥତା କାମନା କରି  ‘ଆପଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା କିପରି ଅଛି’ ବୋଲି ପଚାରିଥିଲେ । ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ, ‘ମୁଁ ସୁସ୍ଥ ଅନୁଭବ କରୁଛି’।  ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ସୁସ୍ଥ ନିରାମୟ ଜୀବନ ନିମନ୍ତେ ପ୍ରାର୍ଥନା କରୁଛି।

ସୂଚନା ଯୋଗ୍ୟ ଯେ, ବିରୋଧୀ ଦଳ ନେତା ତାଙ୍କର ଦେହ ଅସୁସ୍ଥ ଥିବାରୁ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଛନ୍ତି। ତେଣୁ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନବୀନ ନିବାସ ଯାଇ  ତାଙ୍କୁ ସାକ୍ଷାତ କରି ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ପ୍ରାୟ ୧୦ ମିନିଟ ଧରି ଆଲୋଚନା ହୋଇଥିଲା ।  ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦିଲ୍ଲୀ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କରିବା ସମୟରେ ‘ନବୀନ ବାବୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା କେମିତି ଅଛି ବୋଲି ପ୍ରଧାନମନ୍ତ୍ରୀ ପଚାରିଥିଲେ’। ସେହି ସମୟରେ ଶ୍ରୀ ପଟ୍ଟନାୟକ ମୁମ୍ବାଇରେ ଚିକିତ୍ସାଧୀନ ଥିଲେ। ମୁଖ୍ୟମନ୍ତ୍ରୀ ଆଗାମୀ ବିଧାନସଭା ଅଧିବେଶନ ଯେପରି ସୁରୁଖୁରୁରେ ପରିଚାଳିତ ହେବ, ସେଥିନେଇ ସହଯୋଗ କାମନା କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking