ଭୁବନେଶ୍ୱର: କାଲିଠୁ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ୨୯ ଓ ୩୦ ଦୁଇ ଦିନ ଧରି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ । ଏନେଇ ସୂଚନା ଦେଲେ ବିଧାନସଭା ବାଚସ୍ପତି ସୁରମା ପାଢୀ । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ଆଲୋଚନା ହେବ । ଦୀର୍ଘ ୩୧ ବର୍ଷ ପରେ ଏହା ଓଡିଶାରେ ଆୟୋଜନ କରାଯାଉଛି । ଲୋକସଭା ବାଚସ୍ପତି, ରାଜ୍ୟସଭା ଉପାଧ୍ୟକ୍ଷ, କେନ୍ଦ୍ର ମନ୍ତ୍ରୀ ଭାଗ ନେବେ । ଉଦଯାପନୀ ପରେ ପ୍ରତିନିଧିଙ୍କୁ କୋଣାର୍କ ସହ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ନିଆଯିବ ।










