21.1 C
Bhubaneswar
Saturday, December 6, 2025
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ପ୍ରତି ପାଦେ ଏବେ ମୃତ୍ୟୁ ବିଭିଷିକା
ତାଣ୍ଡବ କରୁଛି ଦେଖ
ଆସିଯିବ କେବେ ଜାବୁଡି ଧରିବ
ମେଣ୍ଟାଅ ହେ ଆତ୍ମା ଭୋକ ।
ଆପଣ ପିନ୍ଧିଥିବା ସର୍ବୋତ୍ତମ ପୋଷାକ ହେଉଛି ଆତ୍ମସମ୍ମାନ ଅନ୍ୟ କାହା ପାଇଁ ଏହାକୁ ହରାନ୍ତୁ ନାହିଁ ।

ସବୁ ଅପରାଧର କ୍ଷମା ଅଛି
କିନ୍ତୁ ବିଶ୍ବାସ ଘାତକତାର କୌଣସି କ୍ଷମା ନାହିଁ ।

ଶିକ୍ଷା ହେଉଛି ମଣିଷର ସର୍ବୋତ୍ତମ ବନ୍ଧୁ ।
ଜଣେ ଶିକ୍ଷିତ ବ୍ଯକ୍ତିଙ୍କୁ ସବୁଠାରେ ସମ୍ମାନ ଦିଆଯାଏ ।
ଶିକ୍ଷା ସୌନ୍ଦର୍ଯ୍ୟକୁ ସର୍ବଦା ପରାସ୍ତ କରେ l
ଅମୃତ ବିନୟ ବଚନ
କହି ତୋଷିବ ପ୍ରାଣୀ ମନ ।
ବାରମ୍ବାର କାହାକୁ ସମୟ ମାଗିବା ଅପେକ୍ଷା ଭଲହେବ, ନିଜେ ଏକୁଟିଆ ବଞ୍ଚିବା ଶିଖିଯିବା….
କାରଣ ଏଠି କେହି କାହାର ନୁହନ୍ତି “ଜୀବନରେ କେବେ କାହାକୁ ଅଦରକାରୀ ଭାବନ୍ତୁ ନାହିଁ । କାହିଁକିନା ଭଗବାନ କାହାକୁ ବିନା କାରଣରେ କେବେବି ଏ ଘୋର ମାୟା ସଂସାରକୁ ପଠାନ୍ତି ନାହିଁ !!”
“ଯଦି ନିଜ ଜୀବନକୁ ବଦଳେଇବାର ଅଛି ତ ପ୍ରଥମେ ନିଜର ଚିନ୍ତାଧାରା ବଦଳାନ୍ତୁ ।ଆମେ ଯଦି ଆଉ କାହାକୁ ଖରାପ କହିବା, ତା’ମାନେ ହୁଏତ ଆମେ ନିଜେ ବି ଖରାପ ।

“ଯେଉଁ ବ୍ୟକ୍ତି ମିଛ କହିବା କଳାରେ ପାରଙ୍ଗମ ଥାଏ, ସେ ବାହାର ଲୋକଙ୍କୁ ହୁଏତ ଖୁସି କରିପାରେ କିନ୍ତୁ ଜୀବନ ସାରା ନିଜ ଲୋକ ମାନଙ୍କୁ ଖୁସି ରେ ରଖିପାରେ ନାହିଁ !!”

“ସହାନୁଭୂତି ଦ୍ୱାରା ହିଁ ଶ୍ରେଷ୍ଠ ସେବାଭାବ ଜାଗୃତ ହୋଇଥାଏ !!”

ଅଦ୍ୟ ଅଗଷ୍ଟ ମାସ ୨୯ ତାରିଖ ୨୦୨୫ ମସିହା (ଶୁକ୍ରବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଭାଦ୍ରବ ମାସ- ଶୁକ୍ଳପକ୍ଷ
ତିଥି- ଷଷ୍ଠୀ ରାତ୍ରି ଘ୦୭/୫୮ ଗତେ ସପ୍ତମୀ
ନକ୍ଷତ୍ର- ସ୍ଵାତୀ ଦିବା ଘ୧୨/୦୧ ଗତେ ବିଶାଖା
ଚନ୍ଦ୍ର- ତୁଳା
ଯୋଗ- ବ୍ରହ୍ମ
କରଣ – କୌଳବ
ସୌରମାସ- ସିଂହ ୧୩ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୪/୩୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୧/୪୮
*✧═════•❁❀
ଯୋଗିନୀ ପଶ୍ଚିମେ ରାତ୍ରି ଘ୦୭/୫୮ ଗତେ ବାୟବ୍ୟେ
ବିଛା,ଧନୁ ଓ ମୀନ ରାଶିର ଘାତବାର
ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୮/୩୦ ଗତେ ଘ୧୧/୪୫ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୧୦ ମଧ୍ୟେ ଓ ଘ୦୭/୫୮ ଗତେ ଘ୦୮/୨୯ ମଧ୍ୟେ ଓ ଘ୧୨/୪୨ ଗତେ ଘ୦୨/୨୨ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୦/୪୮ ଗତେ ଘ୧୧/୩୫ ମଧ୍ୟେ
═✧══•❁❀❁•═════✧
ଅଦ୍ୟ ନିମ୍ବ ରାତ୍ରି ଘ୦୭/୫୮ ଗତେ ତାଳ ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।
✧═════•❁❀❁•═════
ବୃଷ
ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।
✧═════•❁❀❁•═════
ମିଥୁନ
ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।
✧═════•❁❀❁•═════
କର୍କଟ
ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।
✧═════•❁❀❁•═════
ସିଂହ
ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।
✧═════•❁❀❁•═════
କନ୍ୟା
ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।
✧═════•❁❀❁•═════
ତୁଳା
କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।
✧═════•❁❀❁•═════
ବିଛା
ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।
✧═════•❁❀❁•═════
ଧନୁ
କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।
✧═════•❁❀❁•═════
ମକର
ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।
✧═════•❁❀❁•═════
କୁମ୍ଭ
ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।
✧═════•❁❀❁•═════
ମୀନ
ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking