36.1 C
Bhubaneswar
Thursday, May 14, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମନ୍ତ୍ରୀଙ୍କ ଭିଡ

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମନ୍ତ୍ରୀଙ୍କ ଭିଡ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାସଭବନରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିବା ଜଣାପଡିଛି। ଯାହାକୁ ନେଇ ରାଜନୈତିକ ମହଲରେ ହଲଚଲ ଦେଖିବାକୁ ମିଳିଛି। ଏଥିସହ ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ସମ୍ପଦ ସ୍ବାଇଁ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଧ୍ୟ ଏହି ବୈଠକରେ ଯୋଗ ଦେଇଛନ୍ତି।

ବୈଠକରେ ରାଜ୍ୟର ବିକାଶ ସମ୍ବନ୍ଧୀୟ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ଶିକ୍ଷା, ସାମାଜିକ ସୁରକ୍ଷା ଏବଂ ଅନ୍ୟାନ୍ୟ ଜନକଲ୍ୟାଣମୂଳକ ଯୋଜନା ସମ୍ପର୍କରେ ଏକ ରୋଡମ୍ୟାପ ପ୍ରସ୍ତୁତ କରିବା ପାଇଁ ଏହି ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତି ଏହି ବୈଠକକୁ ଆହୁରି ଗୁରୁତ୍ୱପୂର୍ଣ୍ଣ କରିଛି, ଯେହେତୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ବୟ ସ୍ଥାପନ କରି ବିଭିନ୍ନ ପ୍ରକଳ୍ପକୁ ତ୍ୱରାନୱିତ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ରାଜ୍ୟ ପାଳଙ୍କୁ କିଛି ସମୟ ପୂର୍ୱରୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ । ତେବେ ଅଚାନକ ଭେଟଘାଟକୁ ନେଇ ଚର୍ଚ୍ଚା ବେଶ ଚାଲିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking