ଭୁବନେଶ୍ୱର: ରାଜ୍ୟରେ ଆହୁରି ୫ ଦିନ ବର୍ଷିବାର ସମ୍ଭାବନା ରହିଛି । ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଫଳରେ ରାଜ୍ୟରେ ବଢିବ ବର୍ଷା । ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ । ବିଜୁଳି ଘଡଘଡି ପ୍ରବଳ ବର୍ଷା ନେଇ ୧,୨,୩ ତାରିଖ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଆଜି ୨୧ ଜିଲ୍ଲାକୁ ୟେଲ୍ଲୋ ଆଲର୍ଟ ଜାରି କରିବା ସହ କିଛି କିଛି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହିତ ଘଡଘଡି ମାରିପାରେ ।










