ଭୁବନେଶ୍ୱର: ଲଗାଣ ବର୍ଷାରେ ବେହାଲ କଟକ ଓ ଭୁବନେଶ୍ୱର । ବିଭିନ୍ନ ତଳିଆ ସ୍ଥାନରେ ପାଣି ଜମି ରହିଛି । ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ରାଜଧାନୀର ଅନେକ ସ୍ଥାନରେ ଟ୍ରାଫିକ ଜାମ ହୋଇଛି । ଲୋକମାନେ ହନ୍ତସନ୍ତ ହେଉଛନ୍ତି । ଅନ୍ୟପଟେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି । ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ । ପ୍ରଭାବରେ ଆଜିଠୁ ୨୮ଟି ଜିଲ୍ଲାକୁ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ଦକ୍ଷିଣ ଓଡ଼ିଶାର ଜିଲ୍ଲା କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।










