28.9 C
Bhubaneswar
Thursday, April 9, 2026
Homeଓଡିଶାହୀରାକୁଦର ବନ୍ଦ ହେଲା ୪ଟି ଗେଟ

ହୀରାକୁଦର ବନ୍ଦ ହେଲା ୪ଟି ଗେଟ

ସମ୍ବଲପୁର: ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ ବନ୍ଦ ହେଲା ।  ଉପରମୁଣ୍ଡରେ ଜଳପ୍ରବାହ କମିବାରୁ ଏଭଳି ପଦକ୍ଷେପ ନିଆଯାଇଛି। ଫଳରେ ଏବେ ୧୬ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ସୂଚନାଯୋଗ୍ୟ, ଗତକାଲି  ଅଧିକ ଜଳ ପ୍ରବେଶକୁ ଦୃଷ୍ଟିରେ ରଖି ଶୁକ୍ରବାର ୨ଟି ପର୍ଯ୍ୟାୟରେ ହୀରାକୁଦର ୮ଟି ଗେଟ୍‌ ଖୋଲାଯାଇଥିଲା। ଏଥିସହିତ ମୋଟ ଖୋଲା ଯାଇଥିବା ଗେଟ୍‌ ସଂଖ୍ୟା ୨୪କୁ ବୃଦ୍ଧି ପାଇଥିଲା। ଗତ ୩ ଦିନ ଧରି ଉପର ମୁଣ୍ଡରେ ବର୍ଷା ଫଳରେ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଥିଲା। ଶୁକ୍ରବାର ସକାଳ ୮ଟା ବେଳକୁ ହୀରାକୁଦକୁ ହାରାହାରି ୨ ଲକ୍ଷ ୯୩ ହଜାର ୫୧୨ କ୍ୟୁସେକ୍ ପାଣି ପ୍ରବେଶ କରୁଥିଲା। ତେଣୁ ଜଳସ୍ତର ବଜାୟ ରଖିବାକୁ ସକାଳ ୯ଟାରେ ୪ଟି ଓ ଦିନ ୨ଟାରେ ଆଉ ୪ଟି ଗେଟ୍ ଖୋଲା ଯାଇଥିଲା। ଫଳରେ ହୀରାକୁଦ ବାମପାର୍ଶ୍ବର ୧୬ ଓ ଡାହାଣ ପାର୍ଶ୍ବର ୮ଟିକୁ ମିଶାଇ ମୋଟ ୨୪ଟି ସ୍ଲୁଇସ୍‌ ଗେଟ୍‌ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସିତ ହେଉଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking