21.1 C
Bhubaneswar
Saturday, December 6, 2025
Homeଦେଶ ବିଦେଶ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାଲି ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ  । ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ ମୋହନମାଝୀ । ମନମୋହନ ସାମଲ  ବି ଦିଲ୍ଲୀରେ ଥିବାରୁ  ରାଜ୍ୟ ସଂଗଠନ ନେଇ କିଛି ନିଷ୍ପତ୍ତି ହୋଇପାରେ ବୋଲି ସୂଚନା ମିଳିଛି । ଉଭୟ କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା କରିପାରନ୍ତି । କମିଟି, ବୋର୍ଡ ନିଗମ ନିଯୁକ୍ତି , ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ନେଇ ଆଲୋଚନା କରିପାରନ୍ତି । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗତ ୫ତାରିଖରେ ଦିଲ୍ଲୀରୁ ଫେରିଥିଲେ। ଏହି ଗସ୍ତକାଳରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ମନୋହର ଲାଲ ଖଟ୍ଟରଙ୍କୁ ଭେଟିଥିଲେ। ଏ ଗସ୍ତ ନେଇ ମୁଖ୍ୟମନ୍ତ୍ରୀ କହିଥିଲେ ନୂଆଦିଲ୍ଲୀଠାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବାର ସୌଭାଗ୍ୟ ପ୍ରାପ୍ତ ହୋଇଥିଲା।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking